ବାରହା ଫାଶରେ କଲରାପତରିଆ

ଅନୁଗୁଳ : ବାରହା ଫାଶରେ ପଡ଼ିଲା କଲରାପତରିଆ ବାଘ । ଅନୁଗୁଳ ରେଞ୍ଜ କରତପଟା ସେକ୍ସନର ଡିମିରିପାଳ ଜଙ୍ଗଲରେ ଏହି ଘଟଣା ଘଟିଛି। ସୋମବାର ରାତିରେ ବାରହା ଶିକାର ପାଇଁ ଶିକାରୀ ବିଛାଇଥିବା ଜାଲରେ ଏକ କଲରାପତରିଆ ବାଘ ପଡ଼ିଯାଇଛି। ମଙ୍ଗଳବାର ସକାଳେ ଘଟଣା ସମ୍ପର୍କରେ ଜାଣିବା ପରେ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ବାଘଟିକୁ ଉଦ୍ଧାର କରିଛନ୍ତି।

ସୂଚନା ମୁତାବକ, ଅନୁଗୁଳ ରେଞ୍ଜ କରତପଟା ସେକ୍ସନର ଜଙ୍ଗଲରେ ବିଭିନ୍ନ ସମୟରେ ବନ୍ୟଜନ୍ତୁ ବିପଦରେ ପଡୁଛନ୍ତି। ଗତକାଲି ରାତିରେ ବନ୍ୟଜନ୍ତୁ ଶିକାର ପାଇଁ ଶିକାରୀ ଫାଶ ବିଛାଇଥିବା ବେଳେ ବିଳମ୍ବିତ ରାତିରେ ଏକ କଲରାପତରିଆ ବାଘ ଫାଶରେ ପଡିଥିଲା। ଆଜି ବାଘର ଗର୍ଜନ ଶୁଣି ସ୍ଥାନୀୟ ଲୋକମାନେ ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗର କର୍ମଚାରୀ ଡ୍ରୋନ କ୍ୟାମେରା ସାହାଯ୍ୟରେ ବାଘଟିକୁ ଦେଖିବାକୁ ପାଇଥିଲେ । ଏହାପରେ ବନ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଡାକ୍ତରୀ ଟିମ୍ ଓ ଟ୍ରାଙ୍କୁଲାଇଜ ଟିମ୍ ବାଘକୁ ଟ୍ରାଙ୍କୁଲାଇଜ କରି ଉଦ୍ଧାର କରିଛନ୍ତି।

  • Related Posts

    କ୍ୟାବିନେଟ: ହାଡ଼ୁଆ ଜଳ ସେଚନ ପ୍ରକଳ୍ପ ନେଇ ନିଆଗଲା ଏହି ନିଷ୍ପତ୍ତି

    ଭୁବନେଶ୍ୱର: ସରିଲା କ୍ୟାବିନେଟ ବୈଠକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୫ଟି ବିଭାଗର ମୋଟ ୧୧ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ…

    Continue reading
    ଆଇପିଏସ୍ଆ ଶୀଷ ସିଂଙ୍କୁ ଓଡ଼ିଶା କ୍ୟାଡ଼ରକୁ ଫେରାଇଦେଲା କେନ୍ଦ୍ର

    ଭୁବନେଶ୍ୱର: ଓଡ଼ିଶା କ୍ୟାଡ଼ରର ଆଇପିଏସ୍ ଆଶୀଷ କୁମାର ସିଂଙ୍କୁ କେନ୍ଦ୍ର ସରକାର ନିଜ କ୍ୟାଡ଼ର(ଓଡ଼ିଶା)କୁ ଫେରାଇ ଦେଇଛନ୍ତି। କେନ୍ଦ୍ରୀୟ ଗୁଇନ୍ଦା ବିଭାଗ(ଆଇବି)ରେ ଡେପୁଟି ଡାଇରେକ୍ଟର ଭାବେ କାର୍ୟ୍ୟରତ ଥିବା ଶ୍ରୀ ସିଂଙ୍କୁ ତତ୍କାଳ ଅବ୍ୟାହତ ଦେଇ ଓଡ଼ିଶା କ୍ୟାଡ଼ରକୁ ଫେରିଯିବାକୁ ନିର୍ଦ୍ଦେଶ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ