ଜଷ୍ଟିସ ବେଲା ଏମ ତ୍ରିବେଦୀ ମହାନଦୀ ଟ୍ରିବ୍ୟୁନାଲର ନୂଆ ଅଧ୍ୟକ୍ଷ

ଭୁବନେଶ୍ୱର: ‘ମହାନଦୀ’ ଜଳବିବାଦର ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲ ପ୍ରାୟ ୮ମାସ ପରେ ପୁଣିଥରେ କାର୍ୟ୍ୟକ୍ଷମ ହେବ । ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ବେଲା ଏମ୍ ତ୍ରିବେଦୀଙ୍କୁ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି । ଗତ ମାର୍ଚ୍ଚ ୧୨ତାରିଖରେ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଜଷ୍ଟିସ ଏ.ଏମ.ଖାନୱାଲିକର ଇସ୍ତଫା ଦେବାପରେ ଏହି ଟ୍ରିବ୍ୟୁନାଲ ଠପ୍ ହୋଇ ପଡ଼ିରହିଥିଲା । ‘ଓଡ଼ିଶା ରିପୋର୍ଟର’ରେ ଖବର ପ୍ରକାଶିତ ହେବାପରେ ସରକାରୀସ୍ତରରେ ତତ୍ପରତା ବଢ଼ିଥିଲା ।

କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଜଷ୍ଟିସ ତ୍ରିବେଦୀଙ୍କୁ ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି । ଟ୍ରିବ୍ୟୁନାଲର ଅନ୍ୟ ଦୁଇ ସଦସ୍ୟ ଦୁଇ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ରବିରଞ୍ଜନ ଓ ଜଷ୍ଟିସ ଇନ୍ଦରମିତ୍ କୌର କୋଚର ପୂର୍ବବତ କାର୍ୟ୍ୟ କରିବେ । ଏହି ଦୁଇ ସଦସ୍ୟ ଟ୍ରିବ୍ୟୁନାଲ ଆରମ୍ଭରୁ ରହିଛନ୍ତି ।ଉଲ୍ଲେଖଯୋଗ୍ୟ,ଶେଷଥର ପାଇଁ ଟ୍ରିବ୍ୟୁନାଲରେ ଶୁଣାଣି ୨୦୨୪ ଫେବୃୟାରୀ ୨୨ତାରିଖରେ ହୋଇଥିଲା । ଟ୍ରିବ୍ୟୁନାଲର ଏହି ୪୩ତମ ବୈଠକ ପରେ ମାର୍ଚ୍ଚ ୧୧ତାରିଖରେ ପ୍ରସ୍ତାବିତ ଶୁଣାଣି ହୋଇପାରିନଥିଲା ଓ ଯାହା ମାର୍ଚ୍ଚ ୨୭ତାରିଖକୁ ଧାର୍ୟ୍ୟ ହୋଇଥିଲା । କିନ୍ତୁ ଏହି ଅବଧି ମଧ୍ୟରେ ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଜଷ୍ଟିସ ଖାନୱାଲିକର ଇସ୍ତଫା ଦେଇସାରିଥିବାରୁ ଆଉ ଶୁଣାଣି ସମ୍ଭବପର ହୋଇପାରିନାହିଁ । ଛତିଶଗଡ଼ ସହ ଜଳବିବାଦର ସମାଧାନ ପାଇଁ କେନ୍ଦ୍ର ସରକାର ୨୦୧୮ ମାର୍ଚ୍ଚ ୧୨ତାରିଖରେ ଜଷ୍ଟିସ ଖାନୱାଲିକରଙ୍କ ଅଧ୍ୟକ୍ଷତାରେ ଟ୍ରିବ୍ୟୁନାଲ ଗଠନ କରିଥିଲେ । ମହାନଦୀ ଟ୍ରିବ୍ୟୁନାଲର ଅବଧିକୁ କେନ୍ଦ୍ର ସରକାର ମଧ୍ୟ ୨୦୨୬ ଏପ୍ରିଲ ୧୩ତାରିଖ ପର୍ୟ୍ୟନ୍ତ ବର୍ଦ୍ଧିତ କରିସାରିଛନ୍ତି । ଟେକିନିକାଲ ଦୃଷ୍ଟିରୁ ଟ୍ରିବ୍ୟୁନାଲରେ ୩ଜଣ ସଦସ୍ୟ ରହିବା ଜରୁରୀ । ତେଣୁ ମହାନଦୀ ଜଳବିବାଦ ଉପରେ କୌଣସି ଶୁଣାଣି ହୋଇପାରିନାହିଁ ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ