ଦନ୍ତା ଆକ୍ରମଣରେ ଯୁବକ ମୃତ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନିୟମଗିରି ପର୍ବତର ଲାଖପଦର ଗାଁରେ ଦନ୍ତା ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ସାଲୁପୁ କୁତ୍ରୁକା।

ସେ ଗତକାଲି ରାତିରେ ଗାଁ ନିକଟସ୍ଥ ପାହାଡ଼ ଉପରେ ଅମଳ ହୋଇଥିବା ଫସଲ ଜଗିବା ପାଇଁ ମଞ୍ଚା ଉପରେ ଶୋଇଥିଲେ। ସେହି ସମୟରେ ଦନ୍ତା ଆସି ତାଙ୍କ ମଞ୍ଚା ଭାଙ୍ଗି ଦେଇଥିଲା। ତା’ପରେ ସାଲୁପୁଙ୍କୁ ଶୁଣ୍ଢରେ ଆକ୍ରମଣ କରିଥିଲା।ସାଲୁପୁ ଚିତ୍କାର କରିଥିଲେ। ତାଙ୍କ ପାଟି ଶୁଣି ଆଖପାଖରେ ଥିବା ଗାଁର ଅନ୍ୟ ଲୋକମାନେ ସେଠାକୁ ଧାଇଁ ଯାଇଥିଲେ। ସେତେବେଳକୁ ହାତୀ ସେଠାରୁ ଚାଲି ଯାଇଥିଲା। ସାଲୁପୁ ଗୁରୁତର ଅବସ୍ଥାରେ ପଡ଼ି ରହିଥିଲେ। ତାଙ୍କୁ ସେଠାରୁ ଉଦ୍ଧାର କରି ଗାଁକୁ ନେବା ବେଳେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ସ୍ଥାନୀୟ ବନ ବିଭାଗ ଅଧିକାରୀ ସେଠାକୁ ଯାଇ ତଦନ୍ତ କରିଥିବା ସୂଚନା ମିଳିଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ