ମୁଖ୍ୟମନ୍ତ୍ରୀ ଆମ ପାଇଁ ଲକି: ସୂର୍ୟ୍ୟକୁମାର

କଟକ: ମୁଖ୍ୟମନ୍ତ୍ରୀ ଆମ ପାଇଁ ଲକି । ସେ ଷ୍ଟାଡିୟମ୍‌ରେ ଉପସ୍ଥିତ ରହିଥିବାରୁ ଭାରତ ଜିତିଲା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏପରି ପ୍ରଶଂସା କରିଛନ୍ତି ଭାରତୀୟ ଦଳର ଅଧିନାୟକ ସୂର୍ୟ୍ୟକୁମାର ଯାଦବ । ମୁଖ୍ୟମନ୍ତ୍ରୀ ମଧ୍ୟ ସୂର୍ୟ୍ୟକୁମାରଙ୍କୁ ଲକି ବୋଲି କହିଛନ୍ତି । ଉଭୟଙ୍କ ଭିତରେ ହୋଇଥିବା ଏ ପ୍ରକାରର ଆଲୋଚନାକୁ ନିଜେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମ ଆଗରେ ପ୍ରକାଶ କରିବା ସହିତ ମ୍ୟାଚ୍ ଦେଖି ବହୁତ ଆନନ୍ଦିତ ଥିବା କହିଥିଲେ ।

ବାରବାଟୀକରେ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି-ଟ୍ୱେଣ୍ଟିରେ ବିରାଟ ବିଜୟ ହାସଲ କରିଛି ଭାରତ । ୧୦୧ର ବଡ଼ ବିଜୟ ହାସଲ କରିଛି ସୂର୍ୟ୍ୟ ବ୍ରିଗେଡ । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପରାକ୍ରମରେ ବାରବାଟୀ ବିଜୟରୁ ଟି-ଟ୍ୱେଣ୍ଟି ବିଶ୍ୱକପ ବିଗୁଲ ବଜାଇଛି ଟିମ୍ ଇଣ୍ଡିଆ । ଭାରତର ବିଜୟ ପରେ ସୂର୍ୟ୍ୟକୁମାର ଓ ମୁଁ ଏକ ଆନନ୍ଦଭରା ମୁହୂର୍ତ୍ତରେ ପରସ୍ପରକୁ ବିଜୟର ବଧେଇ ଦେବା ବେଳେ ଏଭଳି କଥା ହୋଇଥିଲୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ଆଜିର ମ୍ୟାଚ୍ ବହୁତ ଉତ୍କଣ୍ଠା ଭରା ଥିଲା । ହଜାର ହଜାର ଦର୍ଶକ ଏହାକୁ ଦେଖି ଆନନ୍ଦିତ ହୋଇଛନ୍ତି । ଭାରତୀୟ ଟିମ୍ ଚମତ୍କାର ପ୍ରଦର୍ଶନ କରିଛି । ଏଥର ବାରବାଟୀରେ ମ୍ୟାଚ୍ ପରିଚାଳନା ଉନ୍ନତ ମାନର ଥିଲା । ଏଥିପାଇଁ ପରିଚାଳନା ଦାୟିତ୍ୱରେ ଥିବା ସଂସ୍ଥା, ଓଡ଼ିଶା କ୍ରିକେଟ୍ ଆସୋସିଏସନ୍, ସହଯୋଗ କରୁଥିବା ପ୍ରଶାସନିକ ଟିମ୍, ପୂରା ପୁଲିସ ପ୍ରଶାସନ ଓ ଏଥିରେ ସାମିଲ ଅନ୍ୟ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଭୂୟସୀ ପ୍ରଶଂସା କରିଥିଲେ ।

​​​​​​​ଆଗକୁ ଷ୍ଟାଡିୟମ୍‌ରେ ଆହୁରି ମ୍ୟାଚ୍ ହେବ । ସେସବୁର ପରିଚାଳନାକୁ ଅଧିକ ଉନ୍ନତ କରାଯିବ । ଏଥିପାଇଁ ସରକାର ପୂରା ତତ୍ପର ଅଛନ୍ତି । ଆଗକୁ ଷ୍ଟାଡିୟମ୍‌ କିଭଳି ଦର୍ଶକ ବସିବା କ୍ଷମତା ବଢ଼ାଯିବ ସେନେଇ ସରକାର ଯତ୍ନବାନ ରହିଛନ୍ତି । ରାଜ୍ୟ ସରକାରଙ୍କ ପାଖକୁ ଓଡ଼ିଶା କ୍ରିକେଟ୍ ଆସୋସିଏସନ୍‌ ପ୍ରସ୍ତାବ ଆସିଛି । ଏହାକୁ ସରକାର ଗୁରୁତ୍ୱର ସହିତ ନେଇଛନ୍ତି । ଯାହା ଆବଶ୍ୟକ କାର୍ୟ୍ୟ କରିବାକୁ ପଡ଼ିବ ତାହା ରାଜ୍ୟ ସରକାରଙ୍କ ପକ୍ଷରୁ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ