ମାଲକାନଗିରିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି

ମାଲକାନଗିରି: ମାଲକାନଗିରିକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଭେଟି ଦେଇଛନ୍ତି। ଏଠାରେ ୪ ହଜାର କୋଟି ବ୍ୟୟରେ ସିମେଣ୍ଟ କାରଖାନା ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଆଉ ଏକ ବଡ଼ ଘୋଷଣା କରିଛନ୍ତି। ୨ ହଜାର ସ୍ଥାନୀୟ ଯୁବତୀଯୁବକଙ୍କୁ ନିଯୁକ୍ତି ମିଳିବ।

ମୁଖ୍ୟମନ୍ତ୍ରୀ ପ୍ରଥମେ ଆଦିବାସୀ ପଡ଼ିଆରେ ଅନୁଷ୍ଠିତ କୃଷି ମେଳା ଉଦ୍‌ଘାଟନ କରିବା ସହ ମେଳାରେ ବିଭିନ୍ନ କମ୍ପାନୀ ଦ୍ୱାରା କୃଷି ଯନ୍ତ୍ରପାତି, ଯାନବାହନ ଇତ୍ୟାଦି ପରିଦର୍ଶନ କରିଥିଲେ। ପରେ ଡିଏନ୍‌କେ ଖେଳପଡ଼ିଆରେ ଓର୍‌ମାସ ତରଫରୁ ବିଭିନ୍ନ ଜିଲା ଏବଂ ରାଜ୍ୟରୁ ଆସିଥିବା ବ୍ୟବସାୟୀଙ୍କ ଷ୍ଟଲଗୁଡ଼ିକ ବୁଲି ଦେଖିଥିଲେ।
ଜିଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମାଝୀ ମାଲ୍ୟବନ୍ତ ମହୋତ୍ସବର ଉଦ୍ଦେଶ୍ୟ, ଜିଲାର ଜନଜାତିଙ୍କ ବିଲୁପ୍ତ ହୋଇଯାଉଥିବା କଳା, ସଂସ୍କୃତି, ପରମ୍ପରାକୁ ଉଜ୍ଜୀବିତ ରଖିବା ପାଇଁ ମାଲ୍ୟବନ୍ତ ଉତ୍ସବ ଏକ ମାଧ୍ୟମ ବୋଲି କହିଥିଲେ। ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲାକୁ ୧ ନମ୍ବର ଜିଲା ଭାବେ ପରିଣତ କରିବା ଏବଂ ଜିଲାର ସର୍ବାଙ୍ଗୀନ ଉନ୍ନତି ଆମ ସରକାରଙ୍କ ଦାୟିତ୍ୱ ବୋଲି ସେ ପ୍ରକାଶ କରିଥିଲେ। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝୀ, ମାଲକାନଗିରି ବିଧାୟକ ନରସିଂହ ମାଡକାମି, ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ ମଞ୍ଚାସୀନ ଥିଲେ। ମାଲକାନଗିରି ଜିଲାର ସମସ୍ତ ଅଞ୍ଚଳରେ କିପରି ଶିକ୍ଷାର ବିକାଶ ସହ ଜନଜାତିଙ୍କ ପରମ୍ପରା ବଜାୟ ରହିବ ସେଥିପ୍ରତି ସରକାର ଗୁରୁତ୍ୱ ଦେଉଛନ୍ତି ବୋଲି ଶିକ୍ଷାମନ୍ତ୍ରୀ ଗଣ୍ଡ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ। ପରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଜିଲା ଓ ରାଜ୍ୟ ବାହାରୁ ଆସିଥିବା କଳାକାରଙ୍କ ଦ୍ୱାରା ବିଭିନ୍ନ ଲୋକନୃତ୍ୟ ପରିବେଷଣ କରାଯାଇଥିଲା।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ