ଭୁଶୁଡ଼ିଲା ଯାତ୍ରା ଏଣ୍ଟ୍ରି ଗେଟ୍‌, ୩୦ ଆହତ

ସାଲେପୁର: ଗତକାଲି ରାତିରେ କଟକ ଜିଲ୍ଲା ସାଲେପୁର ଥାନା ରାଇସୁଙ୍ଗୁଡ଼ାରେ ଯାତ୍ରା ଆରମ୍ଭ ହେବା ପୂର୍ବରୁ ଭୁଶୁଡ଼ି ଗଲା ଲୁହାରେ ତିଆରି ଉଚ୍ଚ ଏଣ୍ଟ୍ରି ଗେଟ୍‌। ଗେଟ୍ ତଳେ ଚାପି ହୋଇ ଆହତ ହେଲେ ୩୦ରୁ ଅଧିକ ଦର୍ଶକ। ଘଟିଛି ଏହି ଘଟଣା।

ଆହତମାନଙ୍କ ମଧ୍ୟରେ ଛୋଟ ପିଲା ମଧ୍ୟ ଅଛନ୍ତି। ଆହତ ଓ ଗୁରୁତରମାନଙ୍କୁ ସାଲେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସମେତ ଅନ୍ୟାନ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସାଲେପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ୨୦ ଜଣ ଦର୍ଶକଙ୍କୁ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଅନ୍ୟମାନଙ୍କ ଅବସ୍ଥା ସ୍ଥିର ଥିବାରୁ ଚିକିତ୍ସା ପରେ ସେମାନଙ୍କୁ ଡିସଚାର୍ଜ କରି ଦିଆଯାଇଛି।ରାଇସୁଙ୍ଗାଡ଼ା ଶନି ପଡିଆରେ ଗତ ଶୁକ୍ରବାର ଠାରୁ ରାଜାରାଣୀ ଯାତ୍ରା ପାର୍ଟି ଯାତ୍ରା ମଞ୍ଚସ୍ଥ କରୁଥିଲା। ଗତକାଲି ଅର୍ଥାତ୍ ଶନିବାର ରାତିରେ ଯାତ୍ରା ପରିବେଷଣ ପୂର୍ବରୁ ଘଟିଥିଲା ଅଘଟଣ। ଯାତ୍ରା ଦେଖିବାକୁ ଦର୍ଶକମାନଙ୍କ ଭିଡ଼ ଲାଗିଥିଲା। ଦର୍ଶକମାନେ ପ୍ରବେଶ କରୁଥିବା ବେଳେ ଲୁହାରେ ତିଆରି ଉଚ୍ଚ ଏଣ୍ଟ୍ରି ଗେଟ୍‌ଟି ହଠାତ୍ ଭୁଶୁଡ଼ି ପଡ଼ିଥିଲା। ଫଳରେ ବହୁ ଦର୍ଶକ ତା’ ତଳେ ଚାପି ହୋଇଗଲେ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ