ବିଧାୟକ ଦରମା ବୃଦ୍ଧି ପୁନର୍ବିଚାର ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ଏବେ ରାଜ୍ୟ ରାଜନୀତି ସରଗରମ । ବିଭିନ୍ନ ମହଲରୁ ବିଧାୟକମାନଙ୍କ ଦରମା ବୃଦ୍ଧି ନିଷ୍ପତ୍ତିକୁ ବିରୋଧ କରାଯାଉଛି । ବିଧାୟକଙ୍କ ଅତ୍ୟଧିକ ଦରମା ବୃଦ୍ଧିକୁ ନେଇ ବିଭିନ୍ନ ଚର୍ଚ୍ଚା ଲାଗି ରହିଛି । ସାଧାରଣ ଲୋକ ନିଷ୍ପତ୍ତିକୁ ସମାଲୋଚନା କରୁଛନ୍ତି । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ବିଧାୟକ ଦରମା ବୃଦ୍ଧି ପୁନର୍ବିଚାର ପାଇଁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକମତକୁ ସମ୍ମାନ ଜଣାଇ ପୁନର୍ବିଚାର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପ୍ରସ୍ତାବ ଦେଇଛନ୍ତି । ଗୁରୁବାର ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଏହି ପ୍ରସ୍ତାବ ଦେଇଛନ୍ତି ।

ପ୍ରକାଶ ଯେ ରାଜ୍ୟ ସରକାର ବଢ଼ାଇଛନ୍ତି ବିଧାୟକଙ୍କ ଦରମା ଏବଂ ଭତ୍ତା । ବର୍ଦ୍ଧିତ ଦୈନନ୍ଦିନ ଜୀବନଯାପନ ଖର୍ଚ୍ଚ ଏବଂ ମୁଦ୍ରାସ୍ଫୀତିକୁ ଦୃଷ୍ଟିରେ ରଖି ବର୍ତ୍ତମାନର ୧ ଲକ୍ଷ ଦରମା ଏକ ଉତ୍ତମ ଜୀବନଶୈଳୀ ବଜାୟ ରଖିବା ପାଇଁ ପର୍ୟ୍ୟାପ୍ତ ନୁହେଁ ବୋଲି ଦାବି ହୋଇ ଆସୁଥିଲା । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଧାୟକ, ବାଚସ୍ପତି, ଉପବାଚସ୍ପତି ଏବଂ ମନ୍ତ୍ରୀ ମାନଙ୍କ ଦରମା ଏବଂ ଭତ୍ତା ବୃଦ୍ଧି କରିଛନ୍ତି ।ବିଧାନସଭାରେ ଶୀତକାଳୀନ ଅଧିବେଶନରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଗୃହରେ ଏହି ପ୍ରସ୍ତାବ ଉପସ୍ଥାପନ କରିଥିଲେ । ଗୃହରେ ସର୍ବସମ୍ମତି କ୍ରମେ ଏହା ପାସ୍ପା ହୋଇଥିଲା । ସଂସଦୀୟ ପରମ୍ପରାରେ ଏହା ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି ମତ ରଖିଛନ୍ତି ଉଭୟ ବିରୋଧୀ ଏବଂ ଶାସକ ଦଳ ବିଧାୟକ । ଓଡ଼ିଶା ବିଧାନସଭାର ଜଣେ ବିଧାୟକଙ୍କ ମାସିକ ଦରମା ଓ ଭତ୍ତା କେଉଁ କ୍ଷେତ୍ରରେ କେତେ ମିଳୁଥିଲା ଏବଂ ବୃଦ୍ଧି ନିଷ୍ପତ୍ତି ପରେ କେତେ ମିଳିବ, ଆସନ୍ତୁ ନଜର ପକାଇବା।
ମୂଳ ଦରମା ପର୍ବରୁ ଥିଲା ୩୫୦୦୦ ଟଙ୍କା । ବର୍ଦ୍ଧିତ ଦରମା ଲାଗୁ ହେବା ପରେ ଏହା ହେଲା ୯୦,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ସମାରୋହ ଭତ୍ତା ୯୬୦୦୦ ହେଲା,ଯାହାକି ପୂର୍ବରୁ ୪୦,୦୦୦ ଟଙ୍କା ଥିଲା । ସେହିପରି ନିର୍ବାଚନ ମଣ୍ଡଳୀ ଏବଂ ଲୋକ ସେବା ଭବନ ପରିଦର୍ଶନ ଭତ୍ତା ପୂର୍ବରୁ ୨୦,୦୦୦ ଟଙ୍କା ଥିବା ବେଳେ, ଏବେ ୭୫୦୦୦ ଟଙ୍କା ହେଲା । କମିଟି ଭତ୍ତା ୧୫୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ଓଡିଶା ବାହାରେ ବୈଠକ ପାଇଁ ଭତ୍ତା ୨୦୦୦ ଟଙ୍କାରୁ ୧୦,୦୦୦କୁ ବୃଦ୍ଧି ପାଇଛି।
ସେହିପରି ରାଜ୍ୟ ଭିତରେ ଭ୍ରମଣ ଭତ୍ତା କିଲୋମିଟର ପିଛା ୨୫ ଟଙ୍କା ଥିବା ବେଳେ ଏହାକୁ ୩୫ ଟଙ୍କାକୁ ବଢ଼ାଯାଇଛି । ସେହିପରି ମାସିକ ପରିବହନ ଭତ୍ତା ୧୫,୦୦୦ ଟଙ୍କାରୁ ୫୦,୦୦୦କୁ ବଢ଼ାଯାଇଛି । ସଦସ୍ୟଙ୍କ ମାସିକ ଭତ୍ତା ୨୦୦୦ରୁ ୧୦,୦୦୦ ଟଙ୍କା , ବିଦ୍ୟୁତ୍ ଶୁଳ୍କ ୫୦୦୦ରୁ ୨୦,୦୦୦ ଟଙ୍କା, ଡାକ୍ତରୀ ଚିକିତ୍ସା ଭତ୍ତା ୫୦୦୦ ଟଙ୍କା ରୁ ୩୫୦୦୦ ଟଙ୍କା, ଆବାସ ଭତ୍ତା ୧୦୦୦ରୁ ୨୦୦୦ ଟଙ୍କା ଏବଂ ମୋଟର କାର ଆଡଭାନ୍ସ ୫ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଛି।

  • Related Posts

    ବିଜୟଙ୍କ ଦୁଇଟି ସତ୍ୟପାଠରେ ଭିନ୍ନ ସମ୍ପତ୍ତି ତାଲିକା

    ନୂଆଦିଲ୍ଲୀ,୨୦ ଏପ୍ରିଲ ୨୦୨୬: ବିଜୟ ଦୁଇଟି ନିର୍ବାଚନ ମଣ୍ଡଳୀ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତ୍ରିଚି ଏବଂ ପେରାମ୍ବୁର ପାଇଁ ସେ ନାମାଙ୍କନ ଭରିଛନ୍ତି । ମାତ୍ର ପେରାମ୍ବୁରର ଜଣେ ମତଦାତା କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ବିଜୟଙ୍କ…

    Continue reading
    ବିରୋଧୀ ଦଳଗୁଡ଼ିକ ମୁଣ୍ଡରେ ‘ମହିଳା ବିରୋଧୀ’ କଳଙ୍କର ଷ୍ଟାମ୍ପ ଲାଗିଗଲା:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଗତ ୧୭ ତାରିଖ ଭାରତୀୟ ଗଣତାନ୍ତ୍ରିକ ଇତିହାସରେ ଏକ ‘କଳା ଦିବସ’ ଥିଲା । ଏହି ଦିନ କଂଗ୍ରେସ ଦଳ ନେତୃତ୍ୱରେ ସମଗ୍ର ବିରୋଧୀଦଳ ମିଳିମିଶି ଦେଶର କୋଟି କୋଟି ମହିଳାଙ୍କ ସ୍ୱପ୍ନକୁ ଚୁରମାର କରି ଦେଇଥିଲେ । ସମ୍ବିଧାନର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର