କୁମ୍ଭୀର ଗଣନା: ଭିତରକନିକା ଅଭୟାରଣ୍ୟ ବନ୍ଦ

ରାଜନଗର: ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ୨୦୨୫ ଜାନୁଆରୀ ୧୪ରୁ ୨୨ ତାରିଖ ପର୍ୟ୍ୟନ୍ତ କୁମ୍ଭୀର ଗଣନା କରାଯିବ। ଏଥିପାଇଁ ପର୍ୟ୍ୟଟକଙ୍କ ଲାଗି ଏହି ଜାତୀୟ ଉଦ୍ୟାନ ବନ୍ଦ ରହିବ ବୋଲି ଜଣାପଡ଼ିଛି। ଶୀତ ସହ ଅମାବାସ୍ୟା ତିଥିକୁ ଦୃଷ୍ଟିରେ ରଖି କୁମ୍ଭୀର ଗଣନା ପାଇଁ ସମୟ ସ୍ଥିର କରାଯାଇଥାଏ। ଶୀତ ଅଧିକ ହେଲେ ଛୋଟରୁ ବଡ ପର୍ୟ୍ୟନ୍ତ ସବୁ କୁମ୍ଭୀର ନଦୀପଠାରେ ଖରା ଖାଇବାକୁ ପଡ଼ି ରହିଥାନ୍ତି। ଭିତରକନିକାର ନଦୀନାଳ ମୁଖ୍ୟତଃ ଜୁଆରିଆ ହୋଇଥିବାରୁ ଅଧିକ ଭଟ୍ଟା ରହୁଥିବା ଅମାବାସ୍ୟା ତିଥି ପରେ ଉଚ୍ଚ ଜୁଆର ଆସୁ ନଥିବାରୁ ନଦୀପଠା ବୁଡି ନ ଥାଏ। ଏହି ସମୟରେ ଦିନ ଓ ରାତିରେ କୁମ୍ଭୀର ଗଣନା କରିବାକୁ ସୁବିଧା ହୋଇଥାଏ। ମୁଖ୍ୟତଃ ପର୍ୟ୍ୟଟକମାନେ ବୋଟ୍‌ରେ ଆସିବା ସମୟରେ କୁମ୍ଭୀରମାନେ ପଠାରୁ ନଦୀ ଭିତରକୁ ଚାଲି ଯାଆନ୍ତି। ପର୍ୟ୍ୟଟକଙ୍କୁ ବନ୍ଦ କରିବାର ୩ ରୁ ୪ଦିନ ପରେ ଆହୁଲା ମରା ଡଙ୍ଗା ସାହାଯ୍ୟରେ କୁମ୍ଭୀର ଗଣନା କରାଯାଇଥାଏ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ