ଦରମା ବୃଦ୍ଧିର ପୁନର୍ବିଚାର ପାଇଁ ବିଜେଡିର ଦାବି

ଭୁବନେଶ୍ବର: ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧିର ପୁନର୍ବିଚାର ହେଉ। ବିଧାନସଭାରେ ପାରିତ ହୋଇଥିବା ବିଧାୟକମାନଙ୍କ ବର୍ଦ୍ଧିତ ଦରମା ଭତ୍ତା ଓ ପେନସନ ବିଲର ପୁନର୍ବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖିଲା ବିଜୁ ଜନତା ଦଳ। ବିଧାନସଭାରେ ବିଲକୁ ସମର୍ଥନ କରିଥିଲେ ବି ଜନଅସନ୍ତୋଷକୁ ଦେଖି ଏହାର ପୁନର୍ବିଚାର କରିବା ପାଇଁ ଦାବି କରୁଥିବା କହିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ ଉପମୁଖ୍ୟ ସଚେତକ ପ୍ରତାପ ଦେବ।
​​​​ବିଧାନସଭାରେ ୯ ତାରିଖରେ ବିଧାୟକମାନଙ୍କ ଦରମା ଭତ୍ତା ଓ ପେନସନକୁ ନେଇ ବିଲ ପାରିତ ହୋଇଥିଲା । ଏହି ବିଲ୍ରେ ଏକକାଳୀନ ଅହେତୁକ ଦରମା ଓ ଭତ୍ତା ବୃଦ୍ଧିକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା । ଓଡ଼ିଶା ଜନସାଧାରଣ ଏହାକୁ ବିରୋଧ କରିିଛନ୍ତି । ଜନମତ ଏହି ବିଲ ବିରୋଧରେ ଯାଉଛି । ତେଣୁ ବିରୋଧୀ ଦଳ ନେତା ବର୍ଦ୍ଧିତ ଦରମା ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ମନା କରିଥିଲେ ।ପ୍ରମିଳା ମଲ୍ଲିକ କହିଛନ୍ତି ଯେ, ବିରୋଧୀ ଦଳ ନେତା ନ ଆଜି ପର୍ୟ୍ୟନ୍ତ ତାଙ୍କ ଦରମା କେବେ ବି ନେଇ ନାହାନ୍ତି ।ତାହା ସାଧାରଣ ଲୋକଙ୍କ କାମରେ ଲଗାଯାଏ । ଆମ ଦଳର ସଭାପତିଙ୍କ ନିର୍ଦ୍ଦେଶରେ ଆମେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖୁଛୁ ଏହି ବିଲର ସେ ପୁନର୍ବିଚାର କରନ୍ତୁ।

  • Related Posts

    ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

    ବରଗଡ଼ : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ସେ ଭୁବନେଶ୍ବରସ୍ଥିତ କଂଗ୍ରେସ ଭବନରେ ଶତାଧିକ ସମର୍ଥକଙ୍କ ଗହଣରେ ପିସିସି ସଭାପତି ଭକ୍ତ ଚରଣ ଦାସ, ପୂର୍ବତନ ବିଧାୟକ ସନ୍ତୋଷ ସିଂ…

    Continue reading
    ସିଜିମାଳୀ ସମସ୍ୟା: ଦରକାର ପଡିଲେ ଆଦିବାସୀଙ୍କ ସୁରକ୍ଷା ପାଇଁ ରାହୁଲ ଗାନ୍ଧୀ ଆସିବେ

    ଭୁବନେଶ୍ୱର : ସିଜିମାଳୀର ବିସ୍ଥାପିତଙ୍କୁ ନ୍ୟାୟ ଦାବିରେ ତଥା ପୁଲିସର ଦମନଲୀଳା ବିରୋଧରେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନିର୍ନ୍ଦେଶ କ୍ରମେ ୧୦ ତାରିଖ ଶୁକ୍ରବାର ରାଜ୍ୟ କଂଗ୍ରେସର ବରିଷ୍ଠ ନେତୃବୃନ୍ଦଙ୍କୁ ନେଇ ଗଠିତ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ