ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ କାଲିଠୁ

ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ଦୈନିକ ୫ ଘଣ୍ଟା ଧରି ମରାମତି କାମ ହେବାକୁ ଥିବାରୁ ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶ୍ରୀଜିଉଙ୍କ ଶୃଙ୍ଖଳିତ ନୀତି ନିର୍ଘଣ୍ଟ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି।
ସେପ୍ଟେମ୍ବର ୨୧ ଓ ୨୨ ତାରିଖରେ NGRI ଓ ASI ପକ୍ଷରୁ ହୋଇଥିବା ଜିପିଆର୍‌ ସର୍ଭେ ରିପୋର୍ଟ ଆଧାରରେ ଓ ରାଜ୍ୟ ସରକାରଙ୍କ ଏସଓପି ଭିତ୍ତିରେ ହେବ ମରାମତି କାମ। ଉପସ୍ଥିତ ରହିବେ ଏଏସ୍ଆଇର ସଂରକ୍ଷଣ ଓ ରାସାୟନିକ ଆଦି ବିଭାଗର ବରିଷ୍ଠ ବୈଷୟିକ ବିଶେଷଜ୍ଞ। ଏଥିସହ ଡାକ୍ତରୀ ଟିମ, ଅଗ୍ନିଶମ କର୍ମଚାରୀ ଓ ASIର ସ୍ୱତନ୍ତ୍ର ଟିମ୍‌ ଉପସ୍ଥିତ ରହିବେ।
ବଡ଼କଥା ହେଉଛି ମରାମତି କାମ ପାଇଁ ରତ୍ନଭଣ୍ଡାରକୁ ପ୍ରବେଶ କରିବାକୁ ଥିବା ସମସ୍ତେ ସେବାୟତଙ୍କ ଭଳି ପାରମ୍ପରିକ ପୋଷାକ ପରିଧାନ କରିବେ। ଶ୍ରମିକ ଓ ଅଧିକାରୀମାନଙ୍କୁ ସ୍ୱତନ୍ତ୍ର ପରିଚୟପତ୍ର ଦିଆଯିବ। ବିନା ପରିଚୟପତ୍ରରେ କାହାରିକୁ ଭିତରକୁ ଛଡ଼ାଯିବ ନାହିଁ। ମିଳିଥିବା ସୂଚନା ଅନୁସାରେ ପ୍ରଥମେ ଭିତର ଭଣ୍ଡାର ମରାମତି ହେବ। ଏଥିପାଇଁ ପ୍ରଥମେ ଭାରାବନ୍ଧା କାମ ହେବ। ଏହାପରେ ସଂପୂର୍ଣ୍ଣ କାନ୍ଥର ପ୍ଲାଷ୍ଟର ଛଡ଼ାଯିବ। ଏହାପରେ ଯେଉଁ ଯେଉଁ ସ୍ଥାନରେ ଫାଟ ଅଛି ତା’ର ମରାମତି ହେବ। ପଥର ପ୍ରଭାବିତ ହୋଇଥିଲେ, ରିପ୍ଲେସ୍‌ କରାଯିବ। ସେହିପରି ଚଟାଣର ଅନେକ ସ୍ଥାନରେ ମୂଷା ଗାତ ଥିବାରୁ, ସଂପୂର୍ଣ୍ଣ ଚଟାଣର ମଧ୍ୟ ଡିପ୍ଲାଷ୍ଟରିଂ କରାଯାଇ ମରାମତି କରାଯିବ। ଯେଭଳି ଆଗାମୀ ଶହେ ବର୍ଷ ପାଇଁ କୌଣସି ସମସ୍ୟା ନରିବ ତାକୁ ଦୃଷ୍ଟିରେ ରଖି ମରାମତି କାର୍ଯ୍ୟ କରାଯିବ ବୋଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି।

ସମୟ ନିର୍ଘଣ୍ଟ ଅନୁଯାୟୀ, ଦି’ପହର ଧୂପ ଓ ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ପରେ ପ୍ରତ୍ୟେହ ଦିନ ପ୍ରାୟ ସାଢ଼େ ୧୨ଟା କିମ୍ବା ଗୋଟାଏରୁ ମରାମତି କାମ ଆରମ୍ଭ ହେବ। ଯାହା ପ୍ରାୟ ୫ ଘଣ୍ଟା ଧରି ଚାଲିବ। ତେଣୁ ମରାମତି କାମ ଯୋଗୁ ଶ୍ରୀଜୀଉଙ୍କ ନୀତିକାନ୍ତି ଯେପରି ପ୍ରଭାବିତ ହେବନାହିଁ ଓ ଦର୍ଶନ ଶୃଙ୍ଖଳିତ ରହିବ ତା’ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ସବୁଠୁ ବଡ଼ କଥା ହେଉଛି ଧନୁ ସଂକ୍ରାନ୍ତି ଅବସରରେ ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିବା ପହିଲି ଭୋଗ ନୀତିରେ ଶ୍ରୀମନ୍ଦିର ପ୍ରଶାସନ ଓ ସେବାୟତଙ୍କ ଭିତରେ ସମନ୍ୱୟ ଦେଖିବାକୁ ମିଳିଛି। ନିର୍ଦ୍ଧାରିତ ସମୟରେ ହୋଇଛି ପହିଲି ଭୋଗ ନୀତି। ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପହିଲି ଭୋଗ ନୀତି ହେବାକୁ ଥିବାରୁ ଏହିଭଳି ଶୃଙ୍ଖଳିତ ନୀତିକାନ୍ତି ଉପରେ ଏବେ ସମସ୍ତଙ୍କ ନଜର।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ