ବିଜେଡି ଅଛି ଓ ରହିବ: ନବୀନ

ଭୁବନେଶ୍ୱର: ବିଜେଡି ଅଛି ଓ ରହିବ । ଦଳର ପ୍ରତିଷ୍ଠା ଦିବସରେ ଏଭଳି କହି ନବୀନ ପଟ୍ଟନାୟକ ଅପପ୍ରଚାରକାରୀଙ୍କୁ କଡ଼ା କାଉଣ୍ଟର କରିଛନ୍ତି । ସେ କହିଛନ୍ତି ଯେ କିଛି ଦଳ ବିଜେଡି ବିରୋଧରେ ଅପପ୍ରଚାର କରୁଛନ୍ତି । ବିଜେଡି ଭାଙ୍ଗିଯିବ ବୋଲି କହୁଛନ୍ତି । କିନ୍ତୁ ବିଜେଡି ଅଛି ଓ ରହିବ । ବିଜେଡି ଶହେ ବର୍ଷ ଓଡ଼ିଶାବାସୀଙ୍କ ସ୍ୱର ହୋଇ ରହିବ । ବିଜେଡି ଗୋଟିଏ କିମ୍ବା ଦୁଇ ନେତା ଥିବା ଦଳ ନୁହେଁ ବୋଲି ନବୀନ କହିଛନ୍ତି ।

ଏହାଛଡ଼ା ନବୀନ କହିଛନ୍ତି ଯେ ବିଜେଡି ଓଡ଼ିଶାବାସୀଙ୍କ ଭାବାବେଗ ଓ ଗର୍ବ । ବିଜୁ ବାବୁଙ୍କ ଆଦର୍ଶରେ ବିଜେଡି ଓଡ଼ିଶାବାସୀଙ୍କ ସେବା କରିବ ।ଏହି ଅବସରରେ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଲୋକଙ୍କ ସ୍ୱର ହୋଇ ବିଜୁ ଜନତା ଦଳ ଓଡ଼ିଶାର ବଳ ସାଜିବାକୁ ଆହ୍ବାନ ଦେଇଛନ୍ତି । ଓଡ଼ିଶାର ବିକାଶରେ ବିଜୁ ଜନତା ଦଳ ସର୍ବଦା ଅଟଳ । ବିଜୁ ବାବୁଙ୍କ ଆଦର୍ଶ ଓ ଲକ୍ଷ ଲକ୍ଷ କର୍ମୀଙ୍କ ସମର୍ପଣରେ ବିଜୁ ଜନତା ଦଳ ଦେଶର ଶ୍ରେଷ୍ଠ ଆଞ୍ଚଳିକ ଦଳ ହୋଇଛି । ଦଳର ଗୌରବମୟ ୨୯ତମ ପ୍ରତିଷ୍ଠା ଦିବସ ଅବସରରେ ସମସ୍ତେ ସେବା, ସ୍ୱାଭିମାନ ଓ ସଂଗ୍ରାମର ମନ୍ତ୍ରରେ ସଂକଳ୍ପବଦ୍ଧ ହୋଇ ଆଗକୁ ବଢ଼ିବାକୁ ଆହ୍ବାନ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

  • Related Posts

    ପଞ୍ଚାୟତ ନିର୍ବାଚନ ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି

    ଭୁବନେଶ୍ୱର: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଆସନ ସଂରକ୍ଷଣ ପାଇଁ ଜିଲ୍ଲାପାଳମାନଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି । । ୱାର୍ଡମେମ୍ବର, ସରପଞ୍ଚ, ସମିତିସଭ୍ୟଙ୍କ ପାଇଁ ଆସନ ସଂରକ୍ଷଣ ନିର୍ଦ୍ଦେଶ ଦିଆଯାଇଛି…

    Continue reading
    ବିଜେପିର ନୂତନ ରାଜ୍ୟ କାର୍ୟ୍ୟକାରିଣୀ କମିଟି ଘୋଷଣା

    ଭୁବନେଶ୍ଵର : ବିଜେପିର ନୂତନ ରାଜ୍ୟ କାର୍ୟ୍ୟକାରିଣୀ କମିଟି ଘୋଷଣା। ଗୁରୁବାର ରାତିରେ ରାଜ୍ୟ ସଭାପତି ମନମୋହନ ସାମଲ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି । କମିଟିରେ ୭୨ ଜଣ ସଦସ୍ୟ ଅଛନ୍ତି । ଏଥିସହ ୩୮ ଜଣ ସ୍ୱତନ୍ତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ