ବିଜେଡିରୁ ଚାଲିଛି ଇସ୍ତଫାର ସୁଅ, ବିଜେପିରେ ମିଶିଲେ ଜୟପୁର ବ୍ଲକ ଅଧ୍ୟକ୍ଷା

ଭୁବନେଶ୍ୱର: ବିଜେଡିରୁ ଚାଲିଛି ଇସ୍ତଫାର ସୁଅ। ସାଧାରଣ ନିର୍ବାଚନ ବିପର୍ଯ୍ୟୟ ପରେ ଦଳରେ ନେତୃତ୍ୱର ଅପାରଗତା ଓ ଅନିଶ୍ଚିତତାକୁ ଦେଖି ଦଳୀୟ ନିର୍ବାଚିତ ପ୍ରତିନିଧିମାନେ ଦଳରୁ ଇସ୍ତଫା ଦେବାରେ ଲାଗିଛି। ଏହି କ୍ରମରେ କୋରାପୁଟ ଜିଲ୍ଲା ଜୟପୁର ପଂଚାୟତ ସମିତି ଅଧ୍ୟକ୍ଷା ତିଳୋତ୍ତମା ମୁଦୁଲି ଆଜି ନିଜର ସମର୍ଥକମାନଙ୍କ ସହ ବିଜେଡି ଛାଡ଼ି ଆନୁଷ୍ଠାନିକ ଭାବେ ସାମିଲ ହୋଇଛନ୍ତି। ସେହିପରି ବିଜେଡିର ଗଡ଼ ଥିବା ଯାଜପୁର ଓ କଟକ ଜିଲ୍ଲାରୁ ମଧ୍ୟ ଦଳୀୟ କର୍ମୀ ଓ ନେତାମାନେ ଆଜି ବିଜେପିରେ ସାମିଲ ହୋଇଛନ୍ତି।

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆଜି ଆୟୋଜିତ ଏକ ମିଶ୍ରଣ ପର୍ବରେ କୋରାପୁଟ, କଟକ ଓ ଯାଜପୁର ଜିଲ୍ଲାର ତୃଣମୂଳସ୍ତର ନେତାମାନେ ବିଜେଡି ଓ କଂଗ୍ରେସ ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି । ଦଳର ରାଜ୍ୟ ସଭାପତି ମନମୋହନ ସାମଲ ସମସ୍ତଙ୍କୁ ଟୋପି ଓ ଉତ୍ତରୀୟ ଦେଇ ସ୍ୱାଗତ କରିଛନ୍ତି । ଜୟପୁର ବ୍ଲକ ଅଧ୍ୟକ୍ଷା ତିଳୋତ୍ତମା ମୁଦୁଲିଙ୍କ ନେତୃତ୍ୱରେ ସରପଂଚ ଆନନ୍ଦ ହାଲୁଆ, ଟଙ୍କଧର ହାଲୁଆଙ୍କ ସମେତ ୧୩ ସରପଂଚ, ୧୪ଜଣ ସମିତି ସଭ୍ୟ ଓ ୧୧ ଜଣ ଏସଡିସି (ସ୍ପେଶାଲ ଡେଭଲପମେଂଟ୍ କାଉନସିଲ) ସଦସ୍ୟ ବିଜେପିରେ ସାମିଲ ହୋଇଛନ୍ତି । ସେହିପରି କଟକ ଜିଲା ବିଜେଡି ଉପସଭାପତି ତଥା ଆତ୍ମା କମିଟି ଅଧ୍ୟକ୍ଷ ଆଦିତ୍ୟ ପାଣିଙ୍କ ନେତୃତ୍ୱରେ ସରପଂଚ ପ୍ରତିମା ମଲ୍ଲିକ, ପ୍ରଫୁଲ୍ଲ କୁମାର ସାହୁ, ପ୍ରଶାନ୍ତ ସାହୁ, ଗୋବିନ୍ଦ ଚନ୍ଦ୍ର ବେହେରା, ରୀନା ସ୍ୱାଇଁ ସମେତ ୫୦ରୁ ଊର୍ଦ୍ଧ୍ୱ ଆଗଧାଡ଼ିର ବିଜେଡି କର୍ମୀ ବିଜେପିରେ ଯୋଗଦେଇଛନ୍ତି । ବିଜେଡି ନେତା ପ୍ରଣବପ୍ରକାଶ ଦାସଙ୍କ ଯାଜପୁର ଜିଲାର ଚିଟାଳୋ ପଂଚାୟତର ପୂର୍ବତନ ସରପଂଚ ଦିଲୀପ ମହାନ୍ତିି, ପୂର୍ବତନ ପଂଚାୟତ ସମିତି ସଭ୍ୟ ନିରୁପମା ସେଠୀଙ୍କ ସମେତ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ସାମିଲ ହୋଇଛନ୍ତିି ।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

    ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ