କେଜିରୁ ପିଜି ପର୍ୟ୍ୟନ୍ତ ସାନ୍ତାଳୀ ଭାଷାରେ ଶିକ୍ଷା ପ୍ରଦାନ

ଭୁବନେଶ୍ୱର :କେଜିରୁ ପିଜି ପର୍ୟ୍ୟନ୍ତ ସାନ୍ତାଳୀ ଭାଷାରେ ଶିକ୍ଷା ପ୍ରଦାନ ନିମନ୍ତେ ସରକାର ଚିନ୍ତା କରୁଛନ୍ତି। କେଉଁଝର’ର ଅଶୋକ ବାଟିକା ଠାରେ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘ ଓଡିଶା ଶାଖାର ସପ୍ତମ ବାର୍ଷିକ ସମ୍ମିଳନୀ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୧୯୨୫ ମସିହାରେ ଅଲ୍‌ଚିକି ଲିପିର ସୃଷ୍ଟି ହୋଇଥିଲା। ଅଲ୍‌ଚିକି ଲିପିର ସ୍ରଷ୍ଟା ଗୁରୁ ଗମ୍‌କେ ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଏହି ଅବସରରେ ସ୍ମରଣ କରିବା ସଙ୍ଗେସଙ୍ଗେ ୨୦୨୫ରେ ଏହି ଲିପି ସୃଷ୍ଟି ହେବାର ଶତ ବାର୍ଷିକୀକୁ ଏକ ମିଶନ ଭାବରେ ନେଇ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ। ୨୦୨୫ ସୁଦ୍ଧା ଯଦି ସମସ୍ତେ ଅଲ୍‌ଚିକି ଲିପି ତଥା ସାନ୍ତାଳୀ ଭାଷାରେ ଶିକ୍ଷା ଗ୍ରହଣ କରିପାରିଲେ ତେବେ, ପଣ୍ଡିତ ମୁର୍ମୁଙ୍କ ପ୍ରତି ଏହା ପ୍ରକୃତ ଶ୍ରଦ୍ଧାଞ୍ଜଳି ହୋଇପାରିବ ବୋଲି ସେ କହିଥିଲେ। ଏହି କ୍ରମରେ ଓଡିଶାରେ ସାନ୍ତାଳୀ ଭାଷାରେ ପ୍ରାଥମିକ ସ୍ତରରୁ ବିଶ୍ବବିଦ୍ୟାଳୟ ପର୍ୟ୍ୟନ୍ତ ଶିକ୍ଷାର ପ୍ରଚଳନ ପାଇଁ ସରକାର ଚିନ୍ତା କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସାନ୍ତାଳୀ ସାହିତ୍ୟରେ ବିଶେଷ ଅବଦାନ ନିମନ୍ତେ ସୁରେଶ କୁମାର ହେମ୍ବ୍ରମ ତାଙ୍କର ପୁସ୍ତକ “ ସୋନାଲି ଘାରଂଜ୍” ପାଇଁ ଶ୍ୟାମ ସୁନ୍ଦର ହେମ୍ବ୍ରମ ସମ୍ମାନ ୨୦୨୪, ଦୁର୍ଗା ସୋରେନଙ୍କୁ ତାଙ୍କ କ୍ଷୁଦ୍ର ଗଳ୍ପ- “ଉନି କୁଳିଦ ଅକୟ?” ପାଇଁ ଯୁବ ପୁରସ୍କାର, ଆର୍ସୁ ହାଁସଦାଃ ଙ୍କୁ ତାଙ୍କ କବିତା ପୁସ୍ତକ “ଆର୍‌ସି” ପାଇଁ ଯଦୁମଣି ବେଶ୍ରା ସମ୍ମାନ ଏବଂ ଜୀବନ ବ୍ୟାପୀ ସାହିତ୍ୟ ସାଧନା ପାଇଁ ବିଶିଷ୍ଟ ଲେଖକ ତଥା ସମାଜସେବୀ ଲକ୍ଷ୍ମଣ ମାର୍ଣ୍ଡିଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଥିଲେ। ଏଥି ସହିତ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ତୃଣମୂଳ ସ୍ତରରେ ସାନ୍ତାଳୀ ଲେଖକ ମାନଙ୍କୁ ଉତ୍ସାହିତ କରିବା ପାଇଁ ଭାଗବତ ହେମ୍ବ୍ରମ, ଗୋବିନ୍ଦ ହାଁସାଦାଃ, ମୋହନ ସୋରେନ୍‌, ମଧୁସୂଦନ ମୁର୍ମୁ ଓ ଜ୍ୟୋତିଲାଲ୍ ହେମ୍ବ୍ରମ ପ୍ରମୁଖଙ୍କୁ ସମ୍ମାନୀତ କରିଥିଲେ। ଏହି ଅବସରରେ ମନ୍‌ କି ବାତ୍‌ ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦ୍ବାରା ପ୍ରଶଂସିତ ସାନ୍ତାଳୀ ଲିପିର ଟାଇପ୍‌ ବୋର୍ଡର ପ୍ରଚଳନ ପାଇଁ ରାମଜିତ୍‌ ଟୁଡୁ ଏବଂ ୟୁଟ୍ୟୁବର ଲବ ହାଁସଦାଃଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ମାନୀତ କରିଥିଲେ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ