ଗୋଷ୍ଠୀ ସଂଘର୍ଷ:୫ ଜଣଙ୍କୁ ନିର୍ମମ ହତ୍ୟା

ସୁନ୍ଦରଗଡ: ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ କରମଡିହି ଗୀତାପଡାରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏହି ଘଟଣାରେ ତିନି ଜଣ ମହିଳାଙ୍କ ସହ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଛି ଓ ୪ ଜଣ ଆହତ ହୋଇଛନ୍ତି।
ପରକିୟା ପ୍ରୀତିକୁ ନେଇ ଗୋଟିଏ ଗୋଷ୍ଠୀ ବିଳମ୍ବିତ ରାତିରେ ୫ ଜଣଙ୍କୁ ମାରଣାସ୍ତ୍ରରେ ଅତି ନିର୍ମମ ଭାବରେ ହତ୍ୟା କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜଣାପଡିଛି।ଆହତମାନଙ୍କୁ ସୁନ୍ଦରଗଡ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ମିଳିଥିବା ଖବର ଅନୁସାରେ, ଆକ୍ରମଣ କରିଥିବା ଗୋଷ୍ଠୀ ଜଣେ ମହିଳା ଓ ଦୁଇ ଶିଶୁଙ୍କୁ ନେଇ ଫେରାର ଥିବାର ଜଣାପଡିଛି। ଘଟଣାସ୍ଥଳରେ ଘଟଣାସ୍ଥଳରେ ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାୟ ଓ ସୁନ୍ଦରଗଡ଼ ଏସପି ପ୍ରତ୍ୟୁଷ ଦିବାକର ସଦରଥାନା ପୋଲିସ ସାଇଣ୍ଟିଫିକ୍ ଟିମ ସହ ପହଂଚି ଘଟଣାର ତଦନ୍ତ କରିବାସହ ହତ୍ୟାକାରୀଙ୍କୁ ଧରିବା ପାଇଁ ତନାଘନା ଚଳାଇଛନ୍ତି। ଗତକାଲି ରାତି ପ୍ରାୟ ୧୧ଟା ସମୟରେ ପରିବାରର ସମସ୍ତେ ଶୋଇଥିବା ସମୟରେ ହଠାତ୍ କିଛି ଜଣ ଲୋକ ଆସି ମୃତକଙ୍କ ଉପରେ ଭୁଜାଲି,ଖଣ୍ଡା ଦ୍ବାରା ଆକ୍ରମଣ କରିଥିଲେ। ଯାହା ଫଳରେ ତିନି ମହିଳାଙ୍କ ସହିତ ପାଞ୍ଚ ଜଣଙ୍କ ଘଟଣାସ୍ଥଳ ରେ ମୃତ୍ୟୁ ଘଟିଥିବା ବେଳେ ଦୁଇ ଶିଶୁଙ୍କ ସମେତ ଅବିନାଶ ଓ ଅନ୍ୟ ଜଣେ ସ୍ତ୍ରୀ ଆହତ ହୋଇଛନ୍ତି।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ