ବିଲରେ ପଡ଼ିଛି ପାଚିଲା ଧାନ, ୨୧ରେ ଛେଚିବ ବର୍ଷା, ଏସବୁ ଜିଲାକୁ ରହିଛି…

ଭୁବନେଶ୍ୱର: ଏବେ ଚାଷୀମାନେ ଧାନ କଟାରେ ବ୍ୟସ୍ତ ଥିବାବେଳେ କିଛି ଚାଷୀ ଧାନ କାଟି ବିଲରେ କଚଡ଼ା ପକାଇଛନ୍ତି। ଏପଟେ ବର୍ଷା ସମ୍ଭାବନା ନେଇ ଚାଷୀ ଆଖିରୁ ନିଦ ହଜିଗଲାଣି। ଆସନ୍ତା ୨୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଦକ୍ଷିଣ ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ଆଗାମୀ ୫ ଦିନ ପାଗ ପ୍ରାୟତଃ ଶୁଖିଲା ରହିବ। କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ୧୯ ତାରିଖରେ ପାଗ ମେଘୁଆ ରହିବ ବୋଲି ଏନେଇ ଆକଳନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ।

ପୁରୀ, କେନ୍ଦ୍ରାପଡ଼ା, ଗଜପତି, ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ପାଣିପାଗ ବିଭାଗ ଆକଳନ କରିଛି। ୨୧ ତାରିଖରେ ହାଲୁକାରୁ ଅତ୍ୟନ୍ତ ହାଲୁକା ବର୍ଷା ହେବାର ଅଛି। ପାଗ ମେଘୁଆ ଥିବାରୁ ଗୋଟେ ଦୁଇଟି ସ୍ଥାନରେ କୁହୁଡ଼ି ଦେଖାଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

  • Related Posts

    ଆଶ୍ରମ ପରିଦର୍ଶନ ପାଇଁ ୫ କୋଟି ଟଙ୍କା ନେବା ଦାବୀ ଖଣ୍ଡନ କଲେ ବିରାଟ କୋହଲି

    ନୂଆଦିଲ୍ଲୀ: ବିରାଟ କୋହଲିଙ୍କୁ ବୃନ୍ଦାବନରେ ଥିବା ଆଧ୍ୟାତ୍ମିକ ଗୁରୁ ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ଆଣିବା ପାଇଁ ୫ କୋଟି ଟଙ୍କା ଦିଆଯାଇଥିଲା ବୋଲି ଫଲାହାରୀ ମହାରାଜ ଦିନେଶ ଶର୍ମା ଅଭିଯୋଗ କରିବା ପରେ ବିରାଟ କୋହଲିଙ୍କ ମୁଖପାତ୍ର ଏହି ଅଭିଯୋଗଗୁଡ଼ିକୁ “ସମ୍ପୂର୍ଣ୍ଣ…

    Continue reading
    ମେଟାକୁ କୋର୍ଟଙ୍କ ନିର୍ଦେଶ; ମୋଦୀ-ମହିଳାଙ୍କ ଫଟୋ ହଟାଅ

    ନୂଆଦିଲ୍ଲୀ: କକ୍ରୋଚ୍ ଜନତା ପାର୍ଟି (ସିଜେପି) ନେତା ସୌରଭ ଦାସ, ଅଭିଜିତ ଦୀପକେ, ଆଶୁତୋଷ ରଙ୍କା ଓ ରତ୍ନ ସିଂହଙ୍କୁ ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର ନୋଟିସ୍ ଜାରି କରିଛନ୍ତି। ଚଳିତ ବର୍ଷ ଯନ୍ତରମନ୍ତରରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନ ସମୟରେ ଜଣେ ମହିଳାଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ