ମହିଳା ପ୍ରିମିୟର ଲିଗ୍ : ଆଜି ରୟାଲ୍‌ ଚ୍ୟାଲେଞ୍ଜର୍ସ-ୟୁପି ୱାରିୟର୍ସ ଲଢ଼େଇ

ମୁମ୍ବାଇ: ମହିଳା ପ୍ରିମିୟର ଲିଗ୍ (ଡବ୍ଲ୍ୟୁପିଏଲ୍)ର ପଞ୍ଚମ ଲିଗ୍ ମୁକାବିଲାରେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ୟୁପି ୱାରିୟର୍ସ ସାମ୍ନାସାମ୍ନି ହେବେ । ଡିୱାଇ ପାଟିଲ ଷ୍ଟାଡିୟମରେ ଏହି ମ୍ୟାଚ୍ ଖେଳାଯିବ । ଡିଫେଣ୍ଡିଂ ଚାମ୍ପିଅନ୍ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇ ଅଭିଯାନ ଆରମ୍ଭ କରିଥିବା ରୟାଲ୍ ଚ୍ୟାଲେଞ୍ଜର୍ସ ବିଜୟଧାରା ଜାରି ରଖିବା ଲକ୍ଷ୍ୟରେ ରହିଛି । ଅନ୍ୟ ପଟରେ ୟୁପି ୱାରିୟର୍ସ ଖାତା ଖୋଲିବାକୁ ବ୍ୟାକୁଳ । ଫଳରେ ମ୍ୟାଚ୍‌ଟି ସଂଘର୍ଷପୂର୍ଣ୍ଣ ହେବା ଆଶା କରାଯାଉଛି ।
ରୟାଲ୍ ଚ୍ୟାଲେଞ୍ଜର୍ସ ପ୍ରଥମ ମ୍ୟାଚ୍‌ ମୁମ୍ବାଇ ଇଣ୍ଡିଆନ୍ସକୁ ୩ରନରେ ପରାଜିତ କରିଥିଲା । ନାଦିନ ଡି’କ୍ଲର୍କ (୪ ୱିକେଟ୍, ଅପରାଜିତ ୬୩) ଅଲରାଉଣ୍ଡ୍ ପ୍ରଦର୍ଶନ କରି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ । ତାଙ୍କ ଉପରେ ସମସ୍ତଙ୍କ ନଜର ରହିବ । ଅଧିନାୟିକା ସ୍ମୃତି ମନ୍ଧନା ଓ ଗ୍ରେସ୍ ହ୍ୟାରିସ୍ସଠୁ ଦର୍ଶକ ବଡ଼ ଇନିଂସ୍ ଆଶା ରଖିବେ । ମଧ୍ୟକ୍ରମରେ ଦୟାଲନ ହେମଲତା, ରିଚା ଘୋଷ ଓ ରାଧା ଯାଦବ ପୂର୍ବ ମ୍ୟାଚ୍‌ରେ ବିଫଳ ହୋଇଥିଲେ । ଏହି ୩ବ୍ୟାଟର ଫର୍ମକୁ ଫେରିଲେ ଦଳର ବିଜୟ ସହଜ ହୋଇପାରିବ । ବୋଲିଂ ବିଭାଗ ଅପେକ୍ଷାକୃତ ଦୃଢ଼ ରହିଛି ।
ୟୁପି ୱାରିୟର୍ସ ଲଢ଼ୁଆ ପ୍ରଦର୍ଶନ ସତ୍ତେ୍ୱ ଗୁଜରାଟ ଜାଏଣ୍ଟ୍ସ ନିକଟରୁ ୧୦ରନ୍‌ରେ ପରାସ୍ତ କରିଥିଲା । ମଧ୍ୟକ୍ରମ ବ୍ୟାଟର ଫୋଏବ ଲିଚଫିଲ୍ଡ (୭୮) ଅର୍ଦ୍ଧଶତକୀୟ ଇନିଂସ୍ ଖେଳି ଫର୍ମରେ ଥିବା ପ୍ରମାଣିତ କରିଥିଲେ । ମେଗ୍ ଲ୍ୟାନିଂଙ୍କ ନେତୃତ୍ୱରେ ଦଳ ଶୃଙ୍ଖଳିତ ପ୍ରଦର୍ଶନ କରିଥିଲା । ବୋଲିଂ ବିଭାଗରେ ଶ୍ରେଷ୍ଠ ପ୍ରଦର୍ଶନ ଦେଲେ ରୟାଲ୍ସ ଚ୍ୟାଲେଞ୍ଜର୍ସ ବିଜୟରେ ବ୍ରେକ୍ ଲଗାଇ ପାରିବ । ପିଚ୍ ବ୍ୟାଟିଂ ପାଇଁ ଅନୁକୂଳ । କାକର ପଡ଼ୁଥିବାରୁ ଦ୍ୱିତୀୟ ଭାଗରେ ବ୍ୟାଟିଂ ସହଜ । ତେଣୁ ଟସ୍ ବିଜୟୀ ଦଳ ଫିଲ୍ଡିଂ ନିଷ୍ପତ୍ତି ନେବା ଆଶା କରାଯାଉଛି ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ