ପ୍ରତି ମାସରେ ସଚିବମାନଙ୍କର ସମୀକ୍ଷା ବୈଠକ

ଭୁବନେଶ୍ୱର। ୧୫ ଜାନୁଆରୀ,୨୦୨୬:ଏଣିକି ପ୍ରତି ମାସ ୧୫ ତାରିଖରେ ସଚିବମାନଙ୍କର ବୈଠକ ବସିବ। ପ୍ରତି ମାସରେ ବିଭିନ୍ନ ପ୍ରକଳ୍ପର କାର୍ଯ୍ୟକାରିତା ଉପରେ ସମୀକ୍ଷା କରାଯିବ। ଆଜି ଖାରବେଳ ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି। ସଚିବ ସ୍ତରୀୟ ବୈଠକରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଅଗ୍ରଗତି, ବଜେଟ ଖର୍ଚ୍ଚ, ଖାଲି ଥିବା ପଦବୀ ପୂରଣ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । କେଉଁ ବିଭାଗର କେତେ ପଦବୀ ଖାଲି ରହିଛି ଏବଂ କ’ଣ ପଦକ୍ଷେପ ନିଆଯାଇଛି ସେ ନେଇ ଆଲୋଚନା ହୋଇଛି । ବିଭାଗ ବିଭାଗ ମଧ୍ୟରେ ସମନ୍ୱୟ ରଖିବା ଉପରେ ଗୁରୁତ୍ୱ ଦିଆଯାଇଛି । ପ୍ରତି ଶନିବାର ଭିତ୍ତିଭୂମି ଉପରେ ସମୀକ୍ଷା ବୈଠକ ହେବ । ବର୍ତ୍ତମାନ ସୁଦ୍ଧା ବଜେଟର ୫୦ ପ୍ରତିଶତ ଖର୍ଚ୍ଚ ହୋଇଛି । ଆଉ ବଳକା ବଜେଟ ଆଗାମୀ ଅଢେଇ ମାସ ଭିତରେ ଦୃତ ଗତିରେ ଖର୍ଚ୍ଚ କରିବାକୁ ବୈଠକରେ ଗୁରୁତ୍ଵ ଦିଆଯାଇଛି ।

  • Related Posts

    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading
    ନିଟ୍ ପୁନଃ ପରୀକ୍ଷା: ବ୍ୟକ୍ତିଗତ ଭାବେ ତୀକ୍ଷ୍ଣ ନଜର ରଖିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ

    ନୂଆଦିଲ୍ଲୀ: ନିଟ୍ ପେପର ଲିକ୍ ବିବାଦ ପରେ ଜୁନ୍ ୨୧ ତାରିଖରେ ହେବାକୁ ଥିବା ନିଟ୍ ପୁନଃ ପରୀକ୍ଷା ପାଇଁ କେନ୍ଦ୍ର ସରକାର ବର୍ତ୍ତମାନ ପ୍ରକ୍ରିୟାର ପ୍ରତ୍ୟେକ ପର୍ୟ୍ୟାୟରେ ସୁରକ୍ଷା କଡ଼ାକଡ଼ି କରୁଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଦିଲ୍ଲୀସ୍ଥିତ ବାସଭବନରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ