ନୌସେନା ବୋଟ୍-ଯାତ୍ରୀବାହୀ ବୋଟ୍ ମୁହାଁମୁହିଁ ଧକ୍କା: ୧୦୦ରୁ ଅଧିକ ସୁରକ୍ଷିତ ଉଦ୍ଧାର, ୧୩ ମୃତ

ମୁମ୍ବାଇ: ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନୌସେନା ବୋଟ୍ ଅପରାହ୍ନ ପ୍ରାୟ ୩ଟା୫୫ ସମୟରେ ‘ନୀଲକମଲ’ ଯାତ୍ରୀବାହୀ ବୋଟ୍ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ୧୦୦ରୁ ଅଧିକ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବୋଟ୍ ମୁହାଁମୁହିଁ ଧକ୍କା ଯୋଗୁ ଓଲଟି ପଡିଥିଲା। ଇତି ମଧ୍ୟରେ ୧୦୧ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ କେତେକ ଯାତ୍ରୀ ନିଖୋଜ ଥିବା କୁହାଯାଉଛି। ପୁଲିସ ସୂଚନା ଅନୁସାରେ ଡଙ୍ଗା ବୁଡ଼ିଯାଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଚାଲିଛି।

ପୁଲିସ କହିଛି ଯେ, ନୀଲମଲ ବୋଟ୍ ମୁମ୍ବାଇ ନିକଟସ୍ଥ ‘ଏଲିଫେଣ୍ଟା’ ଦ୍ୱୀପ ଆଡକୁ ଯାଉଥିଲା, କିନ୍ତୁ ଏହା ଓରଣ ନିକଟରେ ବୁଡ଼ି ଯାଇଥିଲା। ଅଧିକାରୀ କହିଛନ୍ତି ଯେ, ପୁଲିସ, ଜବାହରଲାଲ ନେହେରୁ ବନ୍ଦର କର୍ତ୍ତୃପକ୍ଷ, ତଟରକ୍ଷୀ ବାହିନୀ ଏବଂ ମତ୍ସ୍ୟଜୀବୀଙ୍କ ସହାୟତାରେ ଘଟଣାସ୍ଥଳରେ ଉଦ୍ଧାର ଓ ରିଲିଫ କାର୍ଯ୍ୟ ଜାରି ରହିଛି। ଭାରତୀୟ ତଟରକ୍ଷୀ ବାହିନୀର ଜଣେ ଅଧିକାରୀ କହିଛନ୍ତି, ଏପର୍ଯ୍ୟନ୍ତ ୧୦୧ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି ଏବଂ ଭାରତୀୟ ତଟରକ୍ଷୀ ବାହିନୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଆଇସିଜି ଜାହାଜ ଦ୍ୱାରା ସର୍ଚ୍ଚ ଅପରେସନ ବେଳେ ଗୋଟିଏ ୧୩ ମୃତଦେହ ମଧ୍ୟ ଉଦ୍ଧାର କରାଯାଇଛି। ଡଙ୍ଗା ଯାତ୍ରୀଙ୍କୁ ନେଇ ଅପରାହ୍ନ ୩ଟା ୧୫ରେ ଯାତ୍ରା ଆରମ୍ଭ କରିଥିବା କୁହାଯାଉଛି। ମୃତକଙ୍କ ମଧ୍ୟରେ, ୧୦ ଜଣ ସାଧାରଣ ନାଗରିକ ଏବଂ ୩ ଜଣ ନୌସେନା କର୍ମଚାରୀ ରହିଛନ୍ତି। ଗୁରୁତର ଭାବେ ଆହତ ହୋଇଥିବା ଦୁଇ ଜଣଙ୍କୁ ଚିକିତ୍ସା ଲାଗି ନୌସେନା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନୌସେନା, ତଟରକ୍ଷୀ ବାହିନୀ ଏବଂ ପୁଲିସ ଉଦ୍ଧାର କାର୍ଯ୍ୟ ଚଳାଇଛି। ଆସନ୍ତାକାଲି ସକାଳେ ନିଖୋଜ ଥିବା ଲୋକଙ୍କ ସମ୍ପର୍କରେ ଚୂଡ଼ାନ୍ତ ସୂଚନା ଉପଲବ୍ଧ ହେବ। ଏହି ଦୁର୍ଘଟଣାର ତଦନ୍ତ ମିଳିତ ଭାବେ ନୌସେନା ଏବଂ ପୁଲିସ ପକ୍ଷରୁ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଏହା ସହିତ ମୃତକଙ୍କ ପରିବାରଙ୍କୁ ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଯୋଗାଇ ଦିଆଯିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।

  • Related Posts

    ଝାଡ଼ଖଣ୍ଡରେ ଜିଦରେ ଅଟଳ ଛାତ୍ରଛାତ୍ରୀ, ଆଜି ବିଧାନସଭା ଘେରାଉ

    ରାଞ୍ଚି (ଝାଡ଼ଖଣ୍ଡ): JPSC ଏବଂ JSSC ପରୀକ୍ଷାରେ ଅନିୟମିତତା ବିରୋଧରେ ଦୀର୍ଘ 17 ଦିନ ଧରି ଝାଡ଼ଖଣ୍ଡରେ ଛାତ୍ର ଅନ୍ଦୋଳନ ଚାଲିଛି । ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ନେଇ ସରକାର ଓ ଛାତ୍ରଙ୍କ ମଧ୍ୟରେ ଚାଲିଥିବା ବିବାଦ ଥମିନାହିଁ । ଛାତ୍ରଛାତ୍ରୀମାନଙ୍କ…

    Continue reading
    ହେମନ୍ତ ସୋରେନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି

    ନୂଆଦିଲ୍ଲୀ: ଝାଡ଼ଖଣ୍ଡରେ ଛାତ୍ରମାନେ ବର୍ତ୍ତମାନ ବିଶାଳ ପ୍ରତିବାଦ କରୁଛନ୍ତି, ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ବିରୋଧ କରି ଅନେକ ଲୋକ ଅନଶନ କରୁଛନ୍ତି। ଏହି ଆନ୍ଦୋଳନ ଅନେକ ଦିନ ଧରି ଚାଲିଛି, ଏବଂ ସରକାର ଛାତ୍ରମାନଙ୍କ ସହିତ ଆଲୋଚନା କରିବାକୁ ଚେଷ୍ଟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ