୨୬ରେ ବିଜେଡିର ପ୍ରତିଷ୍ଠା ଦିବସ; କର୍ମକର୍ତ୍ତାଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ଡିସେମ୍ବର ୨୬ରେ ବିଜେଡିର ୨୭ତମ ପୂର୍ତ୍ତି ସହ ୨୮ତମ ପ୍ରତିଷ୍ଠା ଦିବସ ସବୁ ନିର୍ବାଚନ ମଣ୍ଡଳୀରେ ପାଳନ କରାଯିବ। ଏଥିପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି କର୍ମକର୍ତ୍ତାଙ୍କୁ ଚିଠି ଲେଖି ସାମିଲ ହେବାକୁ ଅପିଲ କରିଛନ୍ତି। ଏହାସହ ଆଗକୁ ନୂଆ ପ୍ରତ୍ୟୟର ସହିତ ଲୋକଙ୍କ ସେବା କରିଚାଲିବାକୁ କର୍ମକର୍ତ୍ତାଙ୍କୁ ଆହ୍ୱାନ ଦେଇଛନ୍ତି ନବୀନ। କିପରି ପ୍ରତିଷ୍ଠା ଦିବସ ପାଳନ ହେବ ସେନେଇ ଦଳୀୟ କର୍ମକର୍ତ୍ତାଙ୍କୁ ଆଜି ଚିଠି ଲେଖି ନବୀନ ଏହି ଆହ୍ୱାନ ଦେଇଛନ୍ତି। ଗତ ୨୭ ବର୍ଷ ଧରି ଉତ୍ସର୍ଗୀକୃତ ମନୋଭାବ ନେଇ ନିଷ୍ଠାପର ଭାବେ ଦଳ ଜନତାଙ୍କ ସେବା କରିଆସିଛି। ଏଥିପାଇଁ ବିଜେଡି ଆଞ୍ଚଳିକ ଦଳ ଭାବେ ସାରା ଦେଶରେ ଏକ ପ୍ରଶଂସନୀୟ ପରିଚିତି ଆଣିପାରିଛି। ବିଜେଡି ଆଜି ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି। ବିଜୁ ବାବୁଙ୍କ ଆଦର୍ଶରେ ରାଜ୍ୟର ସବୁ କ୍ଷେତ୍ରରେ ଏବଂ ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ବିଜେଡିର ଆଭିମୁଖ୍ୟକୁ ଜନସାଧାରଣଙ୍କ ଅକୁଣ୍ଠ ସମର୍ଥନ, ଶୁଭେଚ୍ଛା ମିଳିଛି। ଆଗକୁ ମଧ୍ୟ ବିଜେଡି ଲୋକଙ୍କ ପାଇଁ କାମ କରିଚାଲିବ ବୋଲି ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି।

  • Related Posts

    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading
    ବନ୍ୟା ପୀଡ଼ିତଙ୍କୁ ରିଲିଫ୍ ବାଣ୍ଟିଲେ ପୋଲିସ କମିଶନର

    ଖୋର୍ଦ୍ଧା: ବନ୍ୟା ପ୍ରଭାବିତ ଅଂଚଳରେ ପୋଲିସ କମିଶନରଙ୍କ ରିଲିଫ ବଣ୍ଟନ। ପୋଲିସ କମିସନର ଏସ୍ ଦେବଦତ୍ତ ସିଂ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ ପମ୍ପାଲୋ ପଞ୍ଚାୟତର ଟିଙ୍କିପଡା ଗାଁରେ ରିଲିଫ ବଣ୍ଟନ କରିଛନ୍ତି। ଏହି ଅବସରରେ ବନ୍ୟା ପ୍ରଭାବିତଙ୍କ ସହ ବିଭିନ୍ନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ