୨୦୩୧ ପର୍ଯ୍ୟନ୍ତ ବଢିଲା ଅଟଳ ପେନସନ ଯୋଜନା ଅବଧି

ନୂଆଦିଲ୍ଲୀ,୨୧/୦୧/୨୦୨୬: କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଅଟଳ ପେନ୍‌ସନ ଯୋଜନା (ଏପିୱାଇ)କୁ ଜାରି ରଖାଯିବ। ଏହି ଯୋଜନାର ପ୍ରଚାରପ୍ରସାର ଓ ବିକାଶମୂଳକ କାର୍ଯ୍ୟକଳାପ ପାଇଁ ପାଣ୍ଠି ସହାୟତାର ସମ୍ପ୍ରସାରଣ କରାଯିବା ସହିତ ନିଅଣ୍ଟ ଭରଣା ଲାଗି ମଧ୍ୟ ପାଣ୍ଠି ଯୋଗାଇ ଦିଆଯିବ। କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଅଟଳ ପେନ୍‌ସନ ଯୋଜନା (ଏପିୱାଇ)କୁ ଜାରି ରଖାଯିବ। ଅସଂଗଠିତ କ୍ଷେତ୍ରର ଶ୍ରମିକମାନଙ୍କ ପାଇଁ ବୃଦ୍ଧାବସ୍ଥାରେ ଆୟ ସୁରକ୍ଷା ଯୋଗାଇ ଦେବା ଉଦ୍ଦେଶ୍ୟରେ ୨୦୧୫ ମେ ୯ରେ ଏପିୱାଇ ଯୋଜନା ଆରମ୍ଭ କରାଯାଇଥିଲା। ଆର୍ଥିକ ଯୋଗଦାନକୁ ଆଧାର କରି ଏପିୱାଇ ୬୦ ବର୍ଷ ବୟସରୁ ପ୍ରତି ମାସରେ ୧୦୦୦ ରୁ ୫୦୦୦ ଟଙ୍କା ପର୍ଯ୍ୟନ୍ତ ଗ୍ୟାରେଣ୍ଟିଯୁକ୍ତ ସର୍ବନିମ୍ନ ପେନସନ ପ୍ରଦାନ କରିଥାଏ।୨୦୨୬ ଜାନୁଆରି ୧୯ ସୁଦ୍ଧା ୮.୬୬ କୋଟିରୁ ଅଧିକ ଉପଭୋକ୍ତା ଏହି ଯୋଜନାରେ ପଞ୍ଜୀକରଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଆଜି ଏହି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।

  • Related Posts

    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading
    ନିଟ୍ ପୁନଃ ପରୀକ୍ଷା: ବ୍ୟକ୍ତିଗତ ଭାବେ ତୀକ୍ଷ୍ଣ ନଜର ରଖିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ

    ନୂଆଦିଲ୍ଲୀ: ନିଟ୍ ପେପର ଲିକ୍ ବିବାଦ ପରେ ଜୁନ୍ ୨୧ ତାରିଖରେ ହେବାକୁ ଥିବା ନିଟ୍ ପୁନଃ ପରୀକ୍ଷା ପାଇଁ କେନ୍ଦ୍ର ସରକାର ବର୍ତ୍ତମାନ ପ୍ରକ୍ରିୟାର ପ୍ରତ୍ୟେକ ପର୍ୟ୍ୟାୟରେ ସୁରକ୍ଷା କଡ଼ାକଡ଼ି କରୁଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଦିଲ୍ଲୀସ୍ଥିତ ବାସଭବନରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ