ସରଣ୍ଡାରେ ଏନକାଉଣ୍ଟର, ୫ ମାଓବାଦୀ ନିହତ

ରାଉରକେଲା: ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରେ ଆଜି ଭୋର ସମୟରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଯବାନଙ୍କ ଏନକାଉଣ୍ଟରରେ ୫ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଆଉ କିଛି ମାଓବାଦୀ ଆହତ ହୋଇଥିବା ବେଳେ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି।
ସରଣ୍ଡା ଜଙ୍ଗଲର ସମଠା ଓ କିରିବୁରୁ ମଝିରେ ମାଓବାଦୀଙ୍କ ଗତିବିଧି ଥିବା ସୂଚନା ମିଳିବା ପରେ ସିଆରପିଏଫ୍, କୋବ୍ରା ଓ ଜାଗୁଆର ବାହିନୀର ଯବାନମାନେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ସମଠା ଓ କିରିବୁରୁ ମଝିରେ ଯବାନ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଉଭୟଙ୍କ ମଧ୍ୟରେ କିଛି ସମୟ ଧରି ଗୁଳି ବିନିମୟ ହୋଇଥିଲା। ଯବାନଙ୍କ ମୁକାବିଲା କରି ନ ପାରି ଛତ୍ରଭଙ୍ଗ ଦେଇଥିଲେ ମାଓବାଦୀ। ଯବାନମାନେ ତଲାସୀ ଅଭିଯାନ ଚଳାଇବା ସମୟରେ ୫ ଜଣ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସରଣ୍ଡାରେ ସର୍ଚ୍ଚ ଅପରେସନ ଜାରି ରହିଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ