କମିଲା ଶୀତ, ବଢ଼ିଲା ତାପମାତ୍ରା

ଭୁବନେଶ୍ୱର: ଭୁବନେଶ୍ୱରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୨.୩ ଡିଗ୍ରୀ ସେଲସିୟସ ଛୁଇଁଛି । ୧୯ଟି ସ୍ଥାନରେ ଦିନ ପାରଦ ୩୦ ଡିଗ୍ରୀ ଉପରେ ଥିବାବେଳେ ସେଥିରୁ ୭ଟି ଜାଗାରେ ତାପମାତ୍ରା ୩୧ ଡିଗ୍ରୀ ଉପରେ ଥିଲା । ବୁଧବାର ଝାରସୁଗୁଡ଼ାରେ ଦିନ ତାପମାତ୍ରା ୩୧.୪, ପାରାଦୀପରେ ୩୧.୪, ଭଦ୍ରକରେ ୩୧.୨, ପାରଳାଖେମୁଣ୍ଡିରେ ୩୧.୨, ଅନୁଗୁଳରେ ୩୧.୧, ଜଗତସିଂହପୁରରେ ୩୧ ଡିଗ୍ରୀ, ସମ୍ବଲପୁର ୩୦.୮, ପୁରୀ ୩୦.୭ ଡିଗ୍ରୀ ଥିଲା । ଅନ୍ୟପଟେ ରାତି ତାପମାତ୍ରା ବଢ଼ିଛି । ଗତ ୪ ଦିନ ଭିତରେ ଉପକୂଳରେ ରାତି ତାପମାତ୍ରା ୩ ଡିଗ୍ରୀ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି ପାଇଛି ।

ମଙ୍ଗଳବାର ରାତିରେ ଜି.ଉଦୟଗିରି ତାପମାତ୍ରା ୫.୮, ସେମିଳିଗୁଡ଼ା ୭.୬, ଫୁଲବାଣୀ ୯ ଡିଗ୍ରୀ ଥିଲା । ପାଣିପାଗ ବିଭାଗର ଆକଳନ, ବର୍ତ୍ତମାନ ୪ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହୋଇପାରେ ।

  • Related Posts

    ହାଇକୋର୍ଟ ଗେଟ୍ ଆଗରେ ୩୪ ପୋଡି ପାଉଁଶ

    କଟକ: ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି ହୁତୁହୁତୁ ହୋଇ ଜଳିଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ…

    Continue reading
    ଶ୍ଵାସରୁଦ୍ଧ ହୋଇ ୨ ମୃତ

    ସମ୍ବଲପୁର: ଆଜି ସକାଳ ପ୍ରାୟ ୯ଟାରେ ବାମରା ବ୍ଲକ କେଶାଇବାହାଲ ଠାରେ ନୂତନ ଭାବେ ତିଆରି ହୋଇଥିବା ଶୌଚାଳୟ ଟାଙ୍କି ଭିତରକୁ ପଶି ସେଣ୍ଟରିଂ ଖୋଳୁଥିବା ବେଳେ ୪ଜଣ ଗୁରୁତର ହୋଇ ପଡ଼ିଥିଲେ । ସେଥି ମଧ୍ୟରୁ ୨ ଜଣ ବ୍ୟକ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ