ବେଦାନ୍ତ କଳିଙ୍ଗ ଲାନସର୍ସ ହକି ଇଣ୍ଡିଆ ଲିଗ ଚାମ୍ପିଅନ

ଭୁବନେଶ୍ଵର: ହକି ଇଣ୍ଡିଆ ଲିଗ ଚାମ୍ପିଅନ ହେଲା ବେଦାନ୍ତ କଳିଙ୍ଗ ଲାନସର୍ସ । ଭୁବନେଶ୍ଵର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଫାଇନାଲ୍ ମ୍ୟାଚରେ ରାଞ୍ଚି ରୟାଲ୍ସକୁ ୩- ୨ରେ ହରାଇ ଚାମ୍ପିଅନ ହୋଇଛି କଳିଙ୍ଗ ଲାନସର୍ସ । ଏହାକୁ ମିଶାଇ ଦଳ ଦ୍ଵିତୀୟ ଥର ଚାମ୍ପିଅନ ହୋଇଛି । ଏହା ପୂର୍ବରୁ ଦଳ ୨୦୧୭ରେ ମଧ୍ୟ ଚାମ୍ପିଅନ ହୋଇଥିଲା ।

ଗତକାଲି ହୋଇଥିବା ଫାଇନାଲ ମ୍ୟାଚରେ ଆରମ୍ଭରୁ ପ୍ରଭାବଶାଳୀ ପ୍ରଦର୍ଶନ କରିଥିଲା କଳିଙ୍ଗ ଲାନସର୍ସ । ମାତ୍ର ୪ ମିନିଟରେ ଏକ ପେନାଲଟି ଗୋଲ ଦେଇ ଦଳ ୧-୦ ରେ ଆଗୁଆ ରହିଥିଲା । ପରେ ରାଞ୍ଚି ଟିମ୍ ୯ ମିନିଟରେ ଏକ ଫିଲ୍ଡ ଗୋଲ ଦେଇ ମ୍ୟାଚକୁ ୧-୧ ସ୍ଥିତିକୁ ଆଣିଥିଲା । ଦ୍ଵିତୀୟ କ୍ଵାର୍ଟରରେ କଳିଙ୍ଗ ଲାନସର୍ସଙ୍କୁ ପଛକୁ ପଛ ୩ଟି ପେନାଲଟି ମିଳିଥିଲା । ଆଉ ଗୋଟିଏ ଗୋଲ କରିଥିଲା କଳିଙ୍ଗ ଲାନସର୍ସ । ଦିଲପ୍ରୀତ ସିଂଙ୍କ ଏହି ଗୋଲ ବଳରେ ଦଳକୁ ୨-୧ ରେ ଅଗ୍ରଣୀ କରାଇଥିଲା । ପରେ ପୁଣି ଦୁଇଟି ବ୍ୟାକ ଟୁ ବ୍ୟାକ ପେନାଲଟିରୁ ଗୋଟିଏ ଗୋଲ କରି ଦଳକୁ ୩-୧ ରେ ଆଗୁଆ କରିଥିଲେ ଆଲେକଜାଣ୍ଡାର ହେଣ୍ଡ୍ରିକ୍ସ । ଶେଷରେ ୩-୨ ରେ ଟାଇଟଲ ଜିତିଛି ଘରୋଇ ଦଳ ବେଦାନ୍ତ କଳିଙ୍ଗ ଲାନସର୍ସ । ଚାମ୍ପିଅନ ଟିମକୁ ସ୍ଵର୍ଣ୍ଣ ପଦକ ସହ ୩ କୋଟି ଟଙ୍କାର ପୁରସ୍କାର ରାଶି ମିଳିଛି ।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ