କଂଗ୍ରେସ ଆହୁରୀ ଦୟନୀୟ ସ୍ଥିତିକୁ ଯିବ: ରୁଦ୍ରନାରାୟଣ ପାଣି

ଭୁବନେଶ୍ୱର: ସଂସଦରେ ପଡ଼ି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ ହେବା ଘଟଣାକୁ ନେଇ ତେଜିବାରେ ଲାଗିଛି ରାଜନୀତି ଓ ଆରୋପ ପ୍ରତ୍ୟାରୋପ । ଏହି ଘଟଣାକୁ ଦୁର୍ଭାଗ୍ୟଜନକ ବୋଲି ସାଂସଦ ରୁଦ୍ରନାରାୟଣ ପାଣି କହିଛନ୍ତି । ସେ କହିଛନ୍ତି ଏହା ହେଉଛି କଂଗ୍ରେସର ଗୁଣ୍ଡାଗର୍ଦ୍ଧି । ରାହୁଲ କ’ଣ ପୂର୍ବତନ ମନ୍ତ୍ରୀଙ୍କୁ ଜାଣିନାହାନ୍ତି । ଏଭଳି ଅଭଦ୍ରାମୀ ବିନାଶ କାଳେ ବିପରୀତ ବୁଦ୍ଧି । ଅତ୍ୟଧିକ ନିରାଶ ହେବାରୁ ଏହା ହେଉଛି କଂଗ୍ରେସର ଗୁଣ୍ଡାଗର୍ଦ୍ଧିର ମନୋଭାବ । କଂଗ୍ରେସ ଆହୁରୀ ଦୟନୀୟ ସ୍ଥିତିକୁ ଯିବ । ଏନେଇ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ବାଚସ୍ପତିଙ୍କ ନିକଟରେ ଦାବି କରାଯିବ ବୋଲି ଶ୍ରୀ ପାଣି କହିଛନ୍ତି ।

ପ୍ରକାଶ ଯେ ସଂସଦ ଭବନରେ କଂଗ୍ରେସ ନେତାଙ୍କ ଠେଲା ପେଲା ମଧ୍ୟରେ ଆହତ ହୋଇଛନ୍ତି ପ୍ରତାପ ଷଡ଼ଙ୍ଗୀ । ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲ ନିଆଯାଇଥିବା ସୂଚନା ମିଳିଛି । ପ୍ରତାପ ଷଡ଼ଙ୍ଗୀଙ୍କ କହିବା ହେଲା, କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଜଣେ ସାଂସଦଙ୍କୁ ଧକ୍କା ଦେବାରୁ ସଂପୃକ୍ତ ସାଂସଦ ତାଙ୍କ ଉପରେ ପଡ଼ି ଯାଇଥିଲେ । ଫଳରେ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା । ସଂସଦ ପରିସରରେ କଂଗ୍ରେସ ପାର୍ଟିରେ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି ।

ଏହି ଘଟଣା ପରେ ସଫେଇ ରଖିଛନ୍ତି କଂଗ୍ରେସ ସାଂସଦ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ସେ କହିଛନ୍ତି, ” ମୁଁ ସଂସଦର ପ୍ରବେଶ ଦ୍ୱାର ଦେଇ ଭିତରକୁ ଯିବାକୁ ଚେଷ୍ଟା କରୁଥିଲି, ବିଜେପି ସାଂସଦମାନେ ମୋତେ ଅଟକାଇବାକୁ, ଠେଲି ଦେବାକୁ ଏବଂ ଧମକ ଦେବାକୁ ଚେଷ୍ଟା କରୁଥିଲେ । ତେଣୁ ଏପରି ଘଟଣା ଘଟିଛି । ହଁ ଏପରି ଘଟିଛି ମଲିକାର୍ଜୁନ ଖଡଗେଙ୍କୁ ଧକ୍କା ଦିଆଯାଇଛି । କିନ୍ତୁ ଆମେ ଧକ୍କା ମୁକ୍କାରେ ପ୍ରଭାବିତ ହେଉନାହୁଁ । ଏହା ହେଉଛି ପ୍ରବେଶ ଦ୍ୱାର ଏବଂ ଆମର ଭିତରକୁ ଯିବାର ଅଧିକାର ଅଛି । ବିଜେପି ସାଂସଦ ମାନେ ଆମକୁ ଭିତରୁ ନଯିବାକୁ ଚେଷ୍ଟା କରୁଥିଲେ । ମୁଖ୍ୟ ପ୍ରସଙ୍ଗ ହେଉଛି ସେମାନେ ସମ୍ବିଧାନ ଉପରେ ଆକ୍ରମଣ କରୁଛନ୍ତି ଏବଂ ଆମ୍ବେଦକରଙ୍କୁ ଅପମାନ କରୁଛନ୍ତି। ”

  • Related Posts

    ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

    ବରଗଡ଼: ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି ଏବଂ ଦଳର ୧୫ ଜଣ ଜିଲା ପରିଷଦ ସଦସ୍ୟା ଓ ସଦସ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ…

    Continue reading
    ବିଦେଶୀ ମୁଦ୍ରା ଭଣ୍ଡାର ୧୦.୫ ବିଲିଅନ ଡଲାର ବଢ଼ିଲା

    ନୂଆଦିଲ୍ଲୀ : ଜୁଲାଇ ୩୧ରେ ଶେଷରେ ଭାରତର ବିଦେଶୀ ମୁଦ୍ରା ଭଣ୍ତାରରେ ୧୦.୫ ବିଲିଅନ ଡଲାରର ବୃଦ୍ଧି ହୋଇଛି। ଏଥିଯୋଗୁଁ ଦେଶର ବିଦେଶୀ ମୁଦ୍ରା ଭଣ୍ଡାର ୬୯୨.୮୭ ବିଲିଅନ ଡଲାର ସ୍ତରରେ ପହଞ୍ଚିଛି। ଗତ ଦୁଇ ମାସରୁ ଅଧିକ ସମୟ ମଧ୍ୟରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ