ପ୍ରତାପଙ୍କ ସହ କଥା ହେଲେ ମୋଦୀ

ନୂଆଦିଲ୍ଲୀ:ଆଜି ସଂସଦ ଶିଡ଼ିରୁ ପଡ଼ି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ ହୋଇଛନ୍ତି। ସାଂସଦ ଷଡ଼ଙ୍ଗୀଙ୍କ ମୁଣ୍ଡରେ ଲାଗିଛି ଗଭୀର ଆଘାତ। କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଠେଲି ଦେଇଥିବାରୁ ଏଭଳି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା କହିଛନ୍ତି ଖୋଦ ପ୍ରତାପ ଷଡଙ୍ଗୀ। ଗୁରୁତର ଅବସ୍ଥାରେ ତାଙ୍କୁ ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଂସଦ ଏଣ୍ଟ୍ରି ଗେଟରେ ଆଜି କିଛି ଏଭଳି ଅପ୍ରୀତିକର ଘଟଣା ଦେଖିବାକୁ ମିଳିଛି। ତେବେ ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅବଗତ କରାଯିବା ପରେ ମୋଦୀ ଫୋନ କରି ପ୍ରତାପଙ୍କ ସହ କଥା ହୋଇଛନ୍ତି । ଫୋନ ଯୋଗେ ପ୍ରତାପ ଷଡ଼ଙ୍ଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ଏହାଛଡ଼ା ଅନ୍ୟ ଆହତ ସାଂସଦ ମୁକେଶ ରାଜପୁତଙ୍କ ସହ ମଧ୍ୟ ମୋଦୀ ଫୋନ ଯୋଗେ କଥା ହୋଇଛନ୍ତି ।

ପ୍ରକାଶ ଯେ ଏହି ଘଟଣା ପରେ ସଫେଇ ରଖିଛନ୍ତି କଂଗ୍ରେସ ସାଂସଦ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ସେ କହିଛନ୍ତି, ” ମୁଁ ସଂସଦର ପ୍ରବେଶ ଦ୍ୱାର ଦେଇ ଭିତରକୁ ଯିବାକୁ ଚେଷ୍ଟା କରୁଥିଲି, ବିଜେପି ସାଂସଦମାନେ ମୋତେ ଅଟକାଇବାକୁ, ଠେଲି ଦେବାକୁ ଏବଂ ଧମକ ଦେବାକୁ ଚେଷ୍ଟା କରୁଥିଲେ । ତେଣୁ ଏପରି ଘଟଣା ଘଟିଛି । ହଁ ଏପରି ଘଟିଛି ମଲିକାର୍ଜୁନ ଖଡଗେଙ୍କୁ ଧକ୍କା ଦିଆଯାଇଛି । କିନ୍ତୁ ଆମେ ଧକ୍କା ମୁକ୍କାରେ ପ୍ରଭାବିତ ହେଉନାହୁଁ । ଏହା ହେଉଛି ପ୍ରବେଶ ଦ୍ୱାର ଏବଂ ଆମର ଭିତରକୁ ଯିବାର ଅଧିକାର ଅଛି । ବିଜେପି ସାଂସଦ ମାନେ ଆମକୁ ଭିତରୁ ନଯିବାକୁ ଚେଷ୍ଟା କରୁଥିଲେ । ମୁଖ୍ୟ ପ୍ରସଙ୍ଗ ହେଉଛି ସେମାନେ ସମ୍ବିଧାନ ଉପରେ ଆକ୍ରମଣ କରୁଛନ୍ତି ଏବଂ ଆମ୍ବେଦକରଙ୍କୁ ଅପମାନ କରୁଛନ୍ତି। ”

  • Related Posts

    ଟୋଲ୍‌ ପ୍ଲାଜାରେ ସମ୍ପୂର୍ଣ୍ଣ ବନ୍ଦ ହେବ ଟଙ୍କା ସଂଗ୍ରହ

    ନୂଆଦିଲ୍ଲୀ,03/04/2026: ଚଳିତ ମାସ ୧୦ରୁ ଦେଶର ୧୧୫୦ରୁ ଅଧିକ ‌ଟୋଲ୍‌ ପ୍ଲାଜାରେ ନଗଦ କାରବାର ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କେବଳ ଡିଜିଟାଲ୍‌ ପେମେଣ୍ଟ୍‌ ଗ୍ରହଣ କରାଯିବ। ଜାତୀୟ ରାଜପଥରେ ଥିବା ସମସ୍ତ ଟୋଲ୍‌ ପ୍ଲାଜାରେ ନଗଦ କାରବାର ବନ୍ଦ କରିବାକୁ ସରକାର…

    Continue reading
    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ