ରାହୁଲଙ୍କ ନାମରେ ଏତଲା

ନୂଆଦିଲ୍ଲୀ: ଆଜି ସଂସଦ ଶିଡ଼ିରୁ ପଡ଼ି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ ହୋଇଛନ୍ତି। ସାଂସଦ ଷଡ଼ଙ୍ଗୀଙ୍କ ମୁଣ୍ଡରେ ଲାଗିଛି ଗଭୀର ଆଘାତ। କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଠେଲି ଦେଇଥିବାରୁ ଏଭଳି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା କହିଛନ୍ତି ଖୋଦ ପ୍ରତାପ ଷଡଙ୍ଗୀ। ଗୁରୁତର ଅବସ୍ଥାରେ ତାଙ୍କୁ ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଂସଦ ଏଣ୍ଟ୍ରି ଗେଟରେ ଆଜି କିଛି ଏଭଳି ଅପ୍ରୀତିକର ଘଟଣା ଦେଖିବାକୁ ମିଳିଛି।ତେବେ ଏହି ଘଟଣା ପରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ଏତଲା କରାଯାଇଛି । ପାର୍ଲିଆମେଣ୍ଟ ଷ୍ଟ୍ରିଟ ପୁଲିସ ଷ୍ଟେସନରେ ଏତଲା ଦିଆଯାଇଛି ।

ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କେନ୍ଦ୍ର ଆଇନମନ୍ତ୍ରୀ ଅର୍ଜୁନରାମ ମେଘୱାଲ କହିଛନ୍ତି । ଠେଲାପେଲାରେ ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ମୋଟ ୨ ଜଣ ସାଂସଦ ଆହତ ହୋଇଛନ୍ତି । ତେବେ ହସ୍ପିଟାଲ ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଶ୍ରୀ ମେଘୱାଲ କହିଛନ୍ତି । ଏହାଛଡ଼ା ସେ କହିଛନ୍ତି ଯେ ସମସ୍ତଙ୍କର ଧାରଣା ଦେବାର ଅଧିକାର ରହିଛି । କିନ୍ତୁ ରାହୁଲ ଗାନ୍ଧୀ ଶାରୀରିକ ଆକ୍ରମଣ କରିଛନ୍ତି । କଂଗ୍ରେସ ସବୁବେଳେ ଆମ୍ବେଦକରଙ୍କ ପ୍ରତି ଅନ୍ୟାୟ କରିଛି ବୋଲି ସେ କହିଛନ୍ତି ।

ଅନ୍ୟପଟେ ରାଜ୍ୟସଭା ବିରୋଧୀଦଳ ନେତା ମଲ୍ଲିକାର୍ଜୁନ ଖଡ଼ଗେ ପାଲଟା ଅଭିଯୋଗ ଆଣିଛନ୍ତି । ବିଜେପି ସାଂସଦଙ୍କ ବିରୋଧରେ ପାଲଟା ଅଭିଯୋଗ ଆଣି ସେ ବାଚସ୍ପତି ଓମ ବିର୍ଲାଙ୍କୁ ଚିଠି ଲେଖିଛନ୍ତି ।
ସେ କହିଛନ୍ତି ଯେ ମକର ଦ୍ୱାର ନିକଟରେ ବିଜେପି ସାଂସଦମାନେ ଠେଲାପେଲା କରିଥିଲେ । ବିଜେପି ସାଂସଦ ଠେଲି ଦେବାରୁ ମୁଁ ତଳେ ପଡ଼ିଯାଇ ଆହତ ହୋଇଛି । ଅସ୍ତ୍ରୋପଚାର ହୋଇଥିବା ଆଣ୍ଠୁରେ ଗୁରୁତର ଆଘାତ ଲାଗିଛି ବୋଲି ଖଡ଼ଗେ ଉକ୍ତ ଚିଠିରେ ଉଲ୍ଲେଖ କରି ପୂରା ଘଟଣାର ତଦନ୍ତ କରାଯିବାକୁ ଦାବି କରିଛନ୍ତି ।

  • Related Posts

    ଟୋଲ୍‌ ପ୍ଲାଜାରେ ସମ୍ପୂର୍ଣ୍ଣ ବନ୍ଦ ହେବ ଟଙ୍କା ସଂଗ୍ରହ

    ନୂଆଦିଲ୍ଲୀ,03/04/2026: ଚଳିତ ମାସ ୧୦ରୁ ଦେଶର ୧୧୫୦ରୁ ଅଧିକ ‌ଟୋଲ୍‌ ପ୍ଲାଜାରେ ନଗଦ କାରବାର ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କେବଳ ଡିଜିଟାଲ୍‌ ପେମେଣ୍ଟ୍‌ ଗ୍ରହଣ କରାଯିବ। ଜାତୀୟ ରାଜପଥରେ ଥିବା ସମସ୍ତ ଟୋଲ୍‌ ପ୍ଲାଜାରେ ନଗଦ କାରବାର ବନ୍ଦ କରିବାକୁ ସରକାର…

    Continue reading
    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ