କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ସାଂସଦ ପ୍ରତିନିଧିମଣ୍ଡଳୀ

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଗୁରୁବାର ଓଡ଼ିଶାର ସାଂସଦଙ୍କ ଏକ ପ୍ରତିନିଧିମଣ୍ଡଳୀ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ ରାମମୋହନ ନାଇଡୁଙ୍କୁ ଭେଟିଛନ୍ତି । ରାଜ୍ୟରେ ନୂତନ ବିମାନବନ୍ଦର ନିର୍ମାଣ, ନୂତନ ଟର୍ମିନାଲ ନିର୍ମାଣ, ବିମାନବନ୍ଦର ସମ୍ପ୍ରସାରଣ ଓ ସଂଯୋଗୀକରଣ, ଯାତ୍ରୀ ସୁବିଧା ଏବଂ ଯୋଗାଯୋଗ ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଏହି ପ୍ରତିନିଧିମଣ୍ଡଳୀଙ୍କ ପକ୍ଷରୁ ଏକ ଦାବି ପତ୍ର ପ୍ରଦାନ କରାଯାଇଛି । ବିଜେପି ସାଂସଦମାନଙ୍କ ପକ୍ଷରୁ ଉପସ୍ଥାପିତ କରାଯାଇଥିବା ଦାବି ଗୁଡ଼ିକ ହେଉଛି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ନୂତନ ଟର୍ମିନାଲ ଭବନ ନିର୍ମାଣ, ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ଦ୍ୱିତୀୟ ପର୍ଯ୍ୟାୟ ନବୀକରଣ, ପୁରୀରେ ନୂଆ ବିମାନବନ୍ଦର ପ୍ରତିଷ୍ଠା ସହ କଟକ ଚାରବାଟିଆ ଏୟାରଫିଲ୍ଡକୁ ପୂର୍ଣ୍ଣାଙ୍ଗ ବେସାମରିକ ବିମାନବନ୍ଦରରେ ପରିଣତ କରାଯାଉ । ରାଉରକେଲା ଓ ଜୟପୁର ଏୟାରଷ୍ଟ୍ରିପର ସମ୍ପ୍ରସାରଣ ଓ ବଲାଙ୍ଗୀର ତୁଷୁରା ଏୟାରଷ୍ଟ୍ରିପର ନବୀକରଣ କରିବା ପାଇଁ ସାଂସଦମାନେ ମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ‘ଉଡାନ ଯୋଜନା’ ସାଧାରଣ ଲୋକଙ୍କ ସ୍ୱପ୍ନ ଓ ଆକାଂକ୍ଷାକୁ ପୂରଣ କରିଥିବା ବେଳେ ଏହି ଯୋଜନାରେ ଢେଙ୍କାନାଳର ବିରାସାଲ, ସମ୍ବଲପୁରର ହୀରାକୁଦ, ଗଞ୍ଜାମର ରଙ୍ଗେଇଲୁଣ୍ଡା, ଜଗତସିଂହପୁରର ପାରାଦୀପ, କଳାହାଣ୍ଡିର ଉତକେଲା, ଯାଜପୁରର କଳିଙ୍ଗନଗର, କେନ୍ଦୁଝରର ରାଇସୁଆଁ, ବରଗଡ଼ ଜିଲ୍ଲାର ପଦମପୁର ଓ ମୟୂରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁର ଏବଂ ରାଇରୁଙ୍ଗପୁର ଏୟାରପୋର୍ଟ ସାମିଲ କରିବା ପାଇଁ ପଦକ୍ଷେପ ନେବା ପାଇଁ ସାଂସଦ ପ୍ରତିନିଧିମଣ୍ଡଳ ଅନୁରୋଧ କରିଛନ୍ତି।

ଏହା ଉପରେ ବିସ୍ତୁତ ସୂଚନା ଦେଇ ବିଜେପି ସାଂସଦଙ୍କ ପକ୍ଷରୁ ଦିଆଯାଇଥିବା ଦାବି ପତ୍ରରେ କୁହାଯାଇଛି ଯେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ବଢୁଥିବା ଏୟାର ଟ୍ରାଫିକ ଏବଂ ଘରୋଇ ଏବଂ ଅନ୍ତର୍ଜାତୀୟ ଯାତ୍ରୀଙ୍କ ସଂଖ୍ୟା ବଢୁଥିବା କାରଣରୁ ନୂଆ ଘରୋଇ ଟର୍ମିନାଲ ବିଲଡିଂ-୩ ପାଇଁ ମଞ୍ଜୁର ଦିଆଗଲେ ଏହି ସମସ୍ୟାର ସମାଧାନ ହୋଇପାରିବ । ପୂର୍ବ ଭାରତରେ ଏହି ବିମାନବନ୍ଦରର ଚାହିଦା ବୃଦ୍ଧି ପାଇବ । ଶିଳ୍ପ ସମୃଦ୍ଧ ସହର ଝାରସୁଗୁଡ଼ାରେ ଯାତ୍ରୀଙ୍କ ଯାତାୟତ ପାଇଁ ବୀର ସୁରେନ୍ଦ୍ର ସାଏ ଏୟାରପୋର୍ଟ ଫେଜ୍ -୨ର ନବୀକରଣ କାମ ନିତାନ୍ତ ଜରୁରୀ । ବିମାନ ଚଳାଚଳ ଗବେଷଣା କେନ୍ଦ୍ର ଭାବେ କାର୍ଯ୍ୟ କରୁଥିବା କଟକର ଚାରବାଟିଆ ଏୟାରଫିଲ୍ଡ ଜନସାଧାରଣଙ୍କ ସ୍ୱାର୍ଥକୁ ପୂରଣ କରିବ । ରାଜ୍ୟର ପ୍ରମୁଖ ଶିଳ୍ପ ଓ ବାଣିଜ୍ୟିକ କେନ୍ଦ୍ର ଅନୁଗୁଳ ତାଳଚେରର ଖଣିଜ ଅଞ୍ଚଳ, କଳିଙ୍ଗନଗରର ଇସ୍ପାତ କେନ୍ଦ୍ର ଏବଂ ଦେଶର ସର୍ବବୃହତ ବନ୍ଦର ପାରାଦୀପ ନିକଟରେ ରହିଥିବା ବେଳେ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ କ୍ୟାପିଟାଲ ରିଜିଅନ୍ ରିଙ୍ଗରୋଡ୍ କାମ ଚାଲୁଥିବା କାରଣରୁ ଏହି ପଦକ୍ଷେପ ଓଡ଼ିଶାର ଶିଳ୍ପ ବିକାଶରେ ସହାୟକ ହେବ । ଶ୍ରୀଜଗନ୍ନାଥ ଧାମ ପୁରୀରେ ରାଜ୍ୟ ସମେତ ଦେଶ ବାହାରୁ ଲକ୍ଷାଧିକ ପର୍ଯ୍ୟଟନ ଓ ତୀର୍ଥଯାତ୍ରୀଙ୍କ ଆଗମନ ହେଉଛି । ପୁରୀରେ ବିମାନ ବନ୍ଦର ପ୍ରତିଷ୍ଠା ହେଲେ ତୀର୍ଥଯାତ୍ରୀମାନଙ୍କୁ ସିଧାସଳଖ ଏବଂ ନିରନ୍ତର ବିମାନସେବା ମିଳିପାରିବ । ସେହିପରି ଅନ୍ୟାନ୍ୟ ବିମାନବନ୍ଦରର ସମ୍ପ୍ରସାରଣ ଓ ନବୀକରଣ ଦ୍ୱାରା ମାନନୀୟ ପ୍ରଧାନମନ୍ତ୍ରୀଙ୍କ “ପୂର୍ବୋଦୟ” ମିଶନରେ ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ଗଠନରେ ବିମାନ ଯୋଗାଯୋଗ କ୍ଷେତ୍ରରେ ଏକ ବଡ ବୈପ୍ଲବିକ ପରିବର୍ତ୍ତନ ଆଣିପାରିବ । ରାଜ୍ୟର ଅର୍ଥନୀତି ଆହୁରି ମଜଭୂତ୍ ହେବା ସହ ରୋଜଗାର ସୁଯୋଗ, ପର୍ଯ୍ୟଟନ ଏବଂ ବାଣିଜ୍ୟ ବ୍ୟବସାୟରେ ଓଡ଼ିଶା ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ନୂଆ ପରିଚୟ ତିଆରି କରିପାରିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ।

  • Related Posts

    ଓଡ଼ିଶାର ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନଗୁଡ଼ିକ ପାଇଁ ବଡ଼ ଆଶ୍ୱସ୍ତି: ‘କାରଣ ଦର୍ଶାଅ’ ପ୍ରକ୍ରିୟା ରଦ୍ଦ

    ଭୁବନେଶ୍ୱର ୬ ଅକ୍ଟୋବର, ୨୦୨୬ ରାଜ୍ୟ ସରକାରଙ୍କ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନଗୁଡ଼ିକ ଦ୍ୱାରା ଦାଖଲ କରାଯାଇଥିବା ଅନୁପାଳନ ରିପୋର୍ଟ ଯାଞ୍ଚ ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନର ଆବଶ୍ୟକତା ନାହିଁ ବୋଲି ସ୍ପଷ୍ଟ କରିଛି ଇ.ଆର୍.ସି (ERC)।ଓଡ଼ିଶାର ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନ (Teacher Education…

    Continue reading
    ନିଶାମୁକ୍ତ ଅଭିଯାନ ପାଇଁ ସ୍ୱତନ୍ତ୍ର ଚଢ଼ାଉ

    ଭୁବନେଶ୍ୱର, ୦୭/୧୦/୨୦୨୬: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧୀନସ୍ଥ ଡ୍ରଗ୍ସ କଣ୍ଟ୍ରୋଲ ନିର୍ଦ୍ଦେଶାଳୟର ଅଧିକାରୀମାନଙ୍କ ଦ୍ୱାରା ପୋଲିସ ଅଧିକାରୀମାନଙ୍କ ସହଯୋଗରେ ଅକ୍ଟୋବର ପହିଲାରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ନିଶାମୁକ୍ତ ଅଭିଯାନ ଚାଲୁ ରହିଛି । ଏହି ଅଭିଯାନରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ