ପରସ୍ପର ବିରୋଧରେ ଥାନାକୁ ଗଲେ କଂଗ୍ରେସ ଓ ବିଜେପି

ସଂସଦ ବାହାରେ ବିଜେପି ଓ କଂଗ୍ରେସ ସାଂସଦଙ୍କ ମୁହାଁମୁହିଁ ସ୍ଥିତିକୁ ନେଇ ଆରମ୍ଭ ହୋଇଛି ରାଜନୈତିକ ଯୁଦ୍ଧ। ଉଭୟ ଦଳର ସାଂସଦଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ଆରୋପ ପ୍ରତ୍ୟାରୋପ ଏବେ ଥାନାରେ ପହଞ୍ଚିଛି। ଉଭୟ ବିଜେପି ଓ କଂଗ୍ରେସ ଦଳର ସାଂସଦ ପରସ୍ପର ବିରୋଧରେ ଆକ୍ରମଣ ଓ ଦୁର୍ବ୍ୟବହାର ଅଭିଯୋଗରେ ଥାନାର ଦ୍ଵାରସ୍ଥ ହୋଇଛନ୍ତି। କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କ ନେତୃତ୍ଵରେ ବିଜେପି ସାଂସଦଙ୍କ ଏକ ପ୍ରତିନିଧି ଦଳ ଦିଲ୍ଲୀ ପୁଲିସର ଦ୍ଵାରସ୍ଥ ହୋଇଛି। କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ନିଜେ ବିଜେପି ସାଂସଦଙ୍କୁ ଆକ୍ରମଣ କରିବା ସହ ନିଜ ଦଳର ସାଂସଦଙ୍କୁ ମଧ୍ୟ ହିଂସା କରିବାକୁ ଉସୁକାଇଥିବା ନେଇ ସଂସଦ ମାର୍ଗ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଥାନା ଆଗରେ ଗଣମାଧ୍ୟମରେ ପ୍ରତିକ୍ରିୟା ରଖି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଯେ ଭାରତ ନ୍ୟାୟ ସଂହିତାର ଧାରା ୧୦୯ (ହତ୍ୟା ଉଦ୍ୟମ) ସମେତ ୧୧୫, ୧୧୭, ୧୨୫, ୧୩୧ ଓ ୩୫୧ ଭଳି ଧାରା ଅଧିନରେ ଆମେ ଏତଲା ଦେଇଛୁ। ବିଜେପି ସାଂସଦମାନଙ୍କ ଆନ୍ଦୋଳନ ସମୟରେ ୬୯ ବର୍ଷୀୟ ବିଜେପି ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ରାହୁଲ ଗାନ୍ଧୀ ଠେଲି ଦେଇଥିବା ଅଭିଯୋଗ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର। ବିଜେପିର ଅଭିଯୋଗ ମୁତାବକ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବ୍ୟତୀତ ଅନ୍ୟଜଣେ ସାଂସଦ ମୁକେଶ ରାଜପୁତ ମଧ୍ୟ ଗୁରୁତର ଭାବେ ଆହତ ହୋଇଛନ୍ତି। ଉଭୟଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସେମାନଙ୍କୁ ରାମ ମନୋହର ଲୋହିଆ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସେମାନଙ୍କ ସ୍ଵାସ୍ଥ୍ୟ ସମ୍ପର୍କରେ ପଚାରି ବୁଝିଥିବା କୁହାଯାଉଛି।

ଅନ୍ୟପଟେ କଂଗ୍ରେସ ସାଂସଦଙ୍କ ଏକ ପ୍ରତିନିଧି ଦଳ ସେହି ସଂସଦ ମାର୍ଗ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ସମସ୍ତ ଘଟଣା ପଛରେ ଏକ ବଡ଼ ଷଡ଼ଯନ୍ତ୍ର ରଚାଯାଇଥିବା କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ଗୋଟିଏ ଦିନ ପୂର୍ବରୁ ସଂସଦରେ ଦଳିତ ନେତା(ଖଡଗେ)ଙ୍କୁ ଅପମାନିତ କରାଯାଇଥିଲା। ଆଉ ଆଜି ବିଜେପି ସାଂସଦ ତାଙ୍କୁ ଠେଲିଦେଇ ଆହତ କରିଦେଲେ। ତେଣୁ ଏ ସବୁ ପଛରେ ଏକ ଷଡ଼ଯନ୍ତ୍ର ଥିବା କଂଗ୍ରେସ ସାଂସଦ ପ୍ରମୋଦ ତିୱାରୀ ଅଭିଯୋଗ କରିଛନ୍ତି। ସେହିଭଳି ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖଡଗେଙ୍କ ଭଳି କଂଗ୍ରେସର ଶୀର୍ଷ ନେତା ଅଭିଯୋଗ କରିଛନ୍ତି ଯେ ବିଜେପି ସଂସଦର ଗାରିମା ନଷ୍ଟ କରୁଛି। ରାଜ୍ୟସଭାରେ ବିରୋଧୀ ଦଳ ନେତା ଖଡଗେ ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କୁ ଏକ ଚିଠି ଲେଖି ତାଙ୍କୁ ବିଜେପି ସାଂସଦ ଜାଣିଶୁଣି ଠେଲି ଦେଇଥିବା ଅଭିଯୋଗ କରିଛନ୍ତି। ଯାହା ଫଳରେ ତାଙ୍କ ଆଣ୍ଠୁରେ ଆଘାତ ଲାଗିଥିବା ସେ ଚିଠିରେ ଲେଖିଛନ୍ତି। ଏହି ଆକ୍ରମଣ କେବଳ ମୋ ଉପରେ ନୁହେଁ, ବରଂ ସଂସଦର ସମ୍ବିଧାନ ଉପରେ ଆକ୍ରମଣ ବୋଲି ଖଡଗେ କହିଛନ୍ତି।

  • Related Posts

    ଅକ୍ଟୋବର ୧୨ ପଦଯାତ୍ରା ପ୍ରସଙ୍ଗରେ ରାହୁଲ, ଅଖିଳେଶଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍

    ନୂଆଦିଲ୍ଲୀ: ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (S.I.R.)ରେ କଥିତ ଅନିୟମିତତାକୁ ବିରୋଧ କରି ଗତ ଅକ୍ଟୋବର ୧୨ ତାରିଖରେ ସୁପ୍ରିମକୋର୍ଟ ଅଭିମୁଖେ ହୋଇଥିବା ପଦଯାତ୍ରା ପ୍ରସଙ୍ଗରେ ସର୍ବୋଚ୍ଚ ଅଦାଲତ ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ, ସମାଜବାଦୀ ପାର୍ଟି ଅଧ୍ୟକ୍ଷ…

    Continue reading
    ଧର୍ମ ପରିବର୍ତ୍ତନ କଲେ ମିଳିବନି ସଂରକ୍ଷଣ

    ନୂଆଦିଲ୍ଲୀ: ଧର୍ମ ପରିବର୍ତ୍ତନ କରିବା ପରେ ମଧ୍ୟ ସଂରକ୍ଷଣ ଦାବି କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଏକ ବଡ଼ ସୁ୍ପ୍ରିମ ଝଟ୍‌କା ଲାଗିଛି । ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇ ସ୍ପଷ୍ଟ କରିଛନ୍ତି ଯେ, ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି