ଡେରାବିଶ ସିଡିପିଓଙ୍କୁ ଅପସାରଣ

ଡେରାବିଶ: ଡେରାବିଶ ସିଡିପିଓ ମହିଳା ଓ ଶିଶୁ ବିକାଶ ବିଭାଗ ଅଫିସରେ ମହିଳା କିରାଣୀଙ୍କୁ ନିର୍ୟ୍ୟାତନା ଘଟଣା। ସିଡିପିଓ ସ୍ନେହଲତା ସାହୁଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସରକାର ଏହି ଘଟଣାରେ ସିଡିପିଓଙ୍କୁ ବ୍ଲକ ଅଫିସରୁ ଅପସାରଣ କରିଛନ୍ତି। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ନୀରପେକ୍ଷ ତଦନ୍ତ ପାଇଁ ତାଙ୍କୁ ବ୍ଲକ ଅଫିସରୁ ଅପସାରଣ କରାଯାଇଛି। ସିଡିପିଓଙ୍କ ନିର୍ୟ୍ୟାତନା ଯୋଗୁଁ କିରାଣୀଙ୍କ ଗର୍ଭନଷ୍ଟ ହୋଇଥିବାର ଅଭିଯୋଗ ଥିଲା। ଏ ନେଇ ଜିଲ୍ଲାପାଳଙ୍କୁ ଉପମୁଖ୍ୟମନ୍ତ୍ରୀ ତଦନ୍ତ ନିର୍ଦେଶ ଦେଇଥିଲେ।
ସୂଚନା ଅନୁସାରେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ମହିଳା ଓ ଶିଶୁ ବିକାଶ ବିଭାଗରେ କାର୍ୟ୍ୟରତ ବରିଷ୍ଠ କିରାଣି ବର୍ଷା ପ୍ରିୟଦର୍ଶିନୀ ମହାପାତ୍ର ୭ମାସର ଗର୍ଭବତୀ ଥାଇ ମଧ୍ୟ ନିୟମିତ କାର୍ୟ୍ୟାଳୟକୁ ଆସି କାର୍ୟ୍ୟ କରୁଥିଲେ। ଗତ ଶୁକ୍ରବାର କାର୍ୟ୍ୟାଳୟରେ ବର୍ଷାଙ୍କର ଗର୍ଭ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ସେ ଡାକ୍ତରଖାନା ଯିବା ପାଇଁ ବିଭାଗୀୟ ଅଧିକାରୀ ସିଡିପିଓ ସ୍ନେହଲତା ସାହୁଙ୍କୁ ନିବେଦନ କରିଥିଲେ। ମାତ୍ର ସେ ତାଙ୍କୁ ଏଥିପାଇଁ ଅନୁମତି ନ ଦେଇ ଦୁର୍ବ୍ୟବହାର କରିଥିଲେ। ଏହାପରେ ଗର୍ଭ ଯନ୍ତ୍ରଣାରେ ସେ ଅସୁସ୍ଥ ହୋଇପଡିଥିଲେ। ଏ ବିଷୟରେ ସମ୍ପର୍କୀୟମାନେ ଖବର ପାଇ ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦ୍ରାପଡ଼ାର ଏକ ଘରୋଇ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଗର୍ଭରେ ଥିବା ନବଜାତକର ମୃତ୍ୟୁ ଘଟିଥିବା ଡାକ୍ତର ସୂଚନା ଦେଇଥିଲେ। ମହିଳା ଜଣକ ଏବେ ସେହି ଡାକ୍ତରଖାନାରେ ଚିକିତ୍ସିତ ଅଛନ୍ତି। ଏ ନେଇ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣିରେ ପୀଡିତାଙ୍କ ପରିବାର ଲୋକେ ଜିଲାପାଳଙ୍କୁ ଲିଖିତ ଅଭିଯୋଗ କରିବା ସହ ନ୍ୟାୟ ଭିକ୍ଷା କରି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିବେଦନ କରିଥିଲେ।  ତେବେ ଏହି ଘଟଣାରେ ଉପମୁଖ୍ୟମନ୍ତ୍ରୀ ତଦନ୍ତ ନିର୍ଦେଶ ଦେବା ସହ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀଙ୍କୁ ତଦନ୍ତ ଦାୟିତ୍ଵ ଦିଆଯାଇଥିଲା। ଆଜି ଘଟଣାରେ ଡେରାବିଶ ସିଡିପିଓଙ୍କୁ ଅପସାରଣ କରାଯାଇଛି।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ