+୨ ପରୀକ୍ଷା ପାଇଁ ସ୍ବତନ୍ତ୍ର ନିୟମାବଳୀ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ପରୀକ୍ଷା ପାଇଁ ନିୟମାବଳୀ ପ୍ରକାଶ ପାଇଛି। ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଥିଓରୀ ପରୀକ୍ଷା। ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗିଛି। ମାତ୍ର ପରୀକ୍ଷା କେନ୍ଦ୍ର ଭିତରକୁ ମୋବାଇଲ ସମେତ ଅନ୍ୟ ବୈଦ୍ୟୁତିକ ସରଞ୍ଜାମ ଉପରେ ଲାଗିଛି ରୋକ୍‌। ପରୀକ୍ଷାର୍ଥୀ ପ୍ରବେଶପତ୍ର (ଆଡମିଟ୍‌ କାର୍ଡ) ଦେଖାଇ ପରୀକ୍ଷା କେନ୍ଦ୍ରକୁ ଯାଇପାରିବେ। ଚଳିତ ଥର ପରୀକ୍ଷାର୍ଥୀଙ୍କୁ ଗୋଟିଏ ଉତ୍ତର ଖାତା ମିଳିବ। ୩୨ ପୃଷ୍ଠା ବିଶିଷ୍ଟ ରହିବ ଉତ୍ତର ଖାତା। ପରୀକ୍ଷାର୍ଥୀଙ୍କୁ ଅତିରିକ୍ତ ଉତ୍ତର ଖାତା ବା ଆଡିସନାଲ ପେପର ଦିଆଯିବ ନାହିଁ। ପରୀକ୍ଷାର ୧୫ ମିନିଟ୍‌ ପୂର୍ବରୁ ପରୀକ୍ଷାର୍ଥୀ କେନ୍ଦ୍ର ଭିତରେ ପ୍ରବେଶ କରିପାରିବେ। ପରୀକ୍ଷା ଆରମ୍ଭର ଅଧଘଣ୍ଟା ପରେ କୌଣସି ବି ପରୀକ୍ଷାର୍ଥୀଙ୍କୁ କେନ୍ଦ୍ର ଭିତରକୁ ‌ପ୍ରବେଶ ସୁଯୋଗ ମିଳିବନି। ଚଳିତଥର ୪ ସେଟ୍‌ର ପ୍ରଶ୍ନପତ୍ର ହେବ। ପରୀକ୍ଷା ପରିଚାଳନା ସମ୍ବନ୍ଧରେ ଶିକ୍ଷାନୁଷ୍ଠାନ, ପରୀକ୍ଷା କେନ୍ଦ୍ର ଅଧୀକ୍ଷକଙ୍କୁ ସ୍ବତନ୍ତ୍ର ନିୟମାବଳୀ ପ୍ରଦାନ କରାଯାଇଛି।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ