ଶ୍ରୀଜିଉଙ୍କ ଦର୍ଶନ କଲେ ମହାମହିମ

ପୁରୀ: ପୁରୀରେ ମହାମହିମ। ଆଜି ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସକାଳେ ଶ୍ଵେତଗଙ୍ଗାରେ ପିଣ୍ଡଦାନ କରିବା ପରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ , ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ଅଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମହାମହିମଙ୍କୁ ଖଣ୍ଡୁଆ ଏବଂ ପଟ୍ଟଚିତ୍ର ପ୍ରଦାନ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବୁଧବାର ସକାଳେ ଶ୍ରୀଜଗନ୍ନାଥ ମନ୍ଦିରରେ ସକାଳ ୬ଟାରୁ ଦିନ ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। କେବଳ ପାଳିଆ ସେବକ ଓ ପରିଚାଳନା କମିଟି ସଦସ୍ୟ ମନ୍ଦିର ଭିତରେ ଉପସ୍ଥିତ ରହିବେ।

ପୁରୀ ଆକାଶରେ ଅନ୍ୟ ବିମାନ, ହେଲିକପ୍ଟର ଓ ଡ୍ରୋନ ଉଡ଼ାଣ ଦୁଇଦିନ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ସେଠାରୁ ରାଷ୍ଟ୍ରପତି ପୁଣିଥରେ ପୁରୀ ରାଜଭବନକୁ ଯିବେ। ଦିନ ୯ଟା ୩୫ରେ ତାଳବଣିଆ ହେଲିପ୍ୟାଡ୍‌ରୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସେ ପୁରୀରୁ ପ୍ରତ୍ୟାବର୍ତ୍ତନ କରିବା କାର୍ୟ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ କେନ୍ଦ୍ରୀୟ ସୁରକ୍ଷା ବାହିନୀ, ବୋମା ନିଷ୍କ୍ରିୟକାରୀ ଦଳ ଓ ଓଡ଼ିଶା ପୁଲିସର ୩୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଛି। ତାଳବଣିଆ ହେଲିପ୍ୟାଡରୁ ରାଜଭବନ, ରାଜଭବନରୁ ଶ୍ରୀମନ୍ଦିର, କାକୁଡ଼ିଖାଇ ଛକରୁ ଶ୍ୱେତଗଙ୍ଗା ତୀର୍ଥ ପୁଷ୍କରିଣୀ ରାସ୍ତାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଚକ୍ରତୀର୍ଥ ରୋଡ, ଭିଆଇପି ରୋଡ, ବଡ଼ଦାଣ୍ଡ ଓ ବାଲିସାହି ଦୁଇ ପାର୍ଶ୍ୱରେ ବ୍ୟାରିକେଡ୍‌ ନିର୍ମାଣ କରାଯାଇଛି। ରାଷ୍ଟ୍ରପତି ପୁରୀ ରାଜଭବନ ପଛପାର୍ଶ୍ବ ସମୁଦ୍ର ବେଳାଭୂମି ଯିବାର କାର୍ୟ୍ୟକ୍ରମ ଥିବାରୁ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ