ଏଣିକି ହ୍ଵାଟସଆପରେ ମିଳିବ ରାଜସ୍ୱ ସେବା

ଭୁବନେଶ୍ଵର : ଏଣିକି ବାରମ୍ଵାର ତହସିଲ ଅଫିସ ଦୌଡ଼ିବେନି ଲୋକେ। ହ୍ଵାଟସଆପରେ ମିଳିବ ରାଜସ୍ୱ ସେବା। ୨୪ ଘଣ୍ଟିଆ ସେବା ଯୋଗାଇ ଦେବ ବିଭାଗ। ହ୍ଵାଟସଆପରେ ଗ୍ରହଣ କରାଯିବ ଜମିଜମା ବାବଦରେ ସବୁ ଅଭିଯୋଗ ଓ ଆବେଦନ। ହ୍ଵାଟସଆପରେ ରାଜସ୍ଵ ମନ୍ତ୍ରୀଙ୍କୁ ସିଧାସଳଖ କରିପାରିବେ ଅଭିଯୋଗ। ଦୁର୍ନୀତି ଅଭିଯୋଗ ଆସିଲେ ବଡ଼ ଆକ୍ସନ। ସୂଚନା ଦେଲେ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ।

ଗୁରୁବାର ୫୫ଟି ତହସିଲ ଅଫିସକୁ ରେଜିଷ୍ଟ୍ରି ଅଫିସରେ ରୂପାନ୍ତରିତ କରାଯିବ। ଏହା ସହ ହ୍ଵାଟସଆପ ସେବାକୁ ସ୍ଵତନ୍ତ୍ର କାର୍ୟ୍ୟକ୍ରମ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିବେ। ଏନେଇ ରାଜସ୍ଵ ମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ହ୍ଵାଟସଆପ ମଧ୍ୟମରେ ରାଜସ୍ୱ ବିଭାଗ ୨୪ ଘଣ୍ଟିଆ ସେବା ଯୋଗାଇଦେବ। ଜମିଜମା ବାବଦରେ ସମସ୍ତ ଅଭିଯୋଗ ଓ ଆବେଦନ ଗ୍ରହଣ କରାଯିବ। ସେହିପରି ଜାତି ପ୍ରମାଣପତ୍ର ସହ ରାଜସ୍ୱ ସେବା ଗୁଡିକ ମିଳିବ। ଏହାସହ ସମୟ ସୀମା ମଧ୍ୟରେ ସମସ୍ୟାର ସମାଧାନ କରାଯିବ। ଏହାଦ୍ବାରା ଦୁର୍ନୀତି ବନ୍ଦ ହେବା ସହ ବାରମ୍ବାର ଲୋକଙ୍କୁ ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବ ନାହିଁ। ନିର୍ଦ୍ଧିଷ୍ଟ ସମୟ ଭିତରେ ସମସ୍ୟା ସମାଧାନ କରାନଗଲେ କିମ୍ବା ଦୁର୍ନୀତି ଅଭିଯୋଗ ଆସିଲେ ସଂପୃକ୍ତ ଅଧିକାରୀଙ୍କ ଉପରେ କଡ଼ା କାର୍ୟ୍ୟାନୁଷ୍ଠାନ ନିଆଯିବ। ସେହିପରି କାମ ନହେଲେ ସିଧାସଳଖ ରାଜସ୍ୱ ମନ୍ତ୍ରୀଙ୍କ ପାଖକୁ ମଧ୍ୟ ଅଭିଯୋଗକାରୀ ହ୍ଵାଟସଆପ୍ କରିପାରିବେ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ