ଭୁବନେଶ୍ବର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କୋହଲା ପାଗକୁ ଝିପିଝିପି ବର୍ଷା ହେଇଛି । ଆଗାମୀ ୧୨ ଘଣ୍ଟାରେ ଅବପାତର ରୂପ ପରିଣତ ହେବାର ସମ୍ଭାବନା ରହିଥିବା ବେଳେ ପରବର୍ତ୍ତୀ ୨୪ ଘଣ୍ଟାରେ ଗୋଟିଏ ଅବପାତ ଭାବେ ଉତ୍ତର-ଉତ୍ତର ପୂର୍ବ ଆଡକୁ ଗତି କରିବାର ସମ୍ଭାବନା ରହିଛି । ଏହାରି ମଧ୍ୟରେ ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଜଗତସିଂହପୁର, କେନ୍ଦ୍ରାପଡା, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। କାଲି ସକାଳ ସାଢେ ଆଠଟା ପର୍ୟ୍ୟନ୍ତ ସତର୍କତା ଜାରିକରିଛି ପାଣିପାଗ କେନ୍ଦ୍ର।
ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ
କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…




