ହରିଆଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ୍ ପ୍ରକାଶ ଚୌତାଲାଙ୍କ ପରଲୋକ

ହରିୟାଣା: ହରିଆଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜାତୀୟ ଲୋକ ଦଳ (ଆଇଏନ୍‌ଏଲ୍‌ଡି)ର ନେତା ଓମ୍ ପ୍ରକାଶ ଚୌତାଲାଙ୍କର ଦେହାନ୍ତ ହେ‌ାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା।ଓମ୍‌ ପ୍ରକାଶ ଚୌତାଲା ୧୯୩୫ ମସିହା ଜାନୁଆରି ୧ ତାରିଖରେ ସିର୍ସା ସ୍ଥିତ ଚୌତାଲା ଗ୍ରାମରେ ଜନ୍ମ ହୋଇଥିଲେ। ଗୁରୁଗ୍ରାମସ୍ଥିତ ନିଜ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଓମ୍‌ ପ୍ରକାଶ ଇଣ୍ଡିଆନ ନ୍ୟାସନାଲ ଲୋକଦଳର ଅଧ୍ୟକ୍ଷ ଥିବା ବେଳେ ୫ ଥର ହରିୟାଣାର ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଥିଲେ। ଓମ୍‌ପ୍ରକାଶଙ୍କ ପିତା ଥିଲେ ଚୌଧୁରୀ ଦେବୀଲାଲ। ସେ ହରିୟାଣାର ପୂର୍ବ ମୁଖ୍ୟମନ୍ତ୍ରୀ ହୋଇଥିବା ବେଳେ ଭାରତର ଉପ ପ୍ରଧାନମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ। ଦେବୀଲାଲଙ୍କ ୫ ସନ୍ତାନ ମଧ୍ୟରୁ ଓମ୍‌ପ୍ରକାଶ ଚୌତାଲା ସବୁଠୁ ବଡ଼ ଥିଲେ। ଦେବୀଲାଲ ଡେପୁଟି ପ୍ରଧାନମନ୍ତ୍ରୀ ପଦରେ ବସିବା ପରେ ବଡ଼ ପୁଅ ଓମ୍‌ପ୍ରକାଶ ଚୌତାଲା ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ ହେଲେ। ନିଜ ଜୀବନ କାଳ ମଧ୍ୟରେ ସେ ୫ ଥର ମୁଖ୍ୟମନ୍ତ୍ରୀ ପଦରେ ବସିଥିଲେ।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ