ରାଜସ୍ଥାନ ଗ୍ୟାସ ଟ୍ୟାଙ୍କର ଅଗ୍ନିକାଣ୍ଡ ଘଟଣା : ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ରାଜସ୍ଥାନ : ରାଜସ୍ଥାନର ଜୟପୁର-ଆଜମେର ରାଜପଥରେ ଗ୍ୟାସ ଟ୍ୟାଙ୍କର ଅଗ୍ନିକାଣ୍ଡରେ ମୃତକଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ଶୁକ୍ରବାର ସକାଳ ପ୍ରାୟ ୬ଟା ବେଳେ ଆଜମେର ରାଜପଥର ରିଙ୍ଗରୋଡ୍ ନିକଟରେ ଏକ ଗ୍ୟାସ୍ ଟ୍ୟାଙ୍କର ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ନିକଟରେ ଥିବା ଅନେକ ଗାଡ଼ିରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ୨୯ଟି ଟ୍ରକ୍ ଓ ୨ଟି ସ୍ଲିପର ବସ୍ ସମେତ ମୋଟ ୪୦ଟି ଯାନବାହନ ନଷ୍ଟ ହୋଇଯାଇଛି। ଅଗ୍ନିକାଣ୍ଡରେ ପୋଡ଼ି ଯିବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଆହତମାନେ ଏସ୍ଏମ୍ଏସ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମା ଡାକ୍ତରଖାନାରେ ପହଞ୍ଚି ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ବୁଝିଛନ୍ତି। ସେ ମଧ୍ୟ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ କଥା ହୋଇ କେନ୍ଦ୍ର ପକ୍ଷରୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି।

ଦୁର୍ଘଟଣାରେ କ୍ଷତିଗ୍ରସ୍ତଙ୍କ ସହାୟତା ପାଇଁ ଜୟପୁର ପୁଲିସ ହେଲ୍ପଲାଇନ ନମ୍ବର ଜାରି କରିଛି। ସେହି ନମ୍ବରଗୁଡିକ ହେଉଛି ୯୧୬୬୩୪୭୫୫୧, ୮୭୬୪୮୬୮୪୩୧ ଏବଂ ୭୩୦୦୩୬୩୬୩୬। ଏକ ଉଚ୍ଚସ୍ତରୀୟ କମିଟି ଘଟଣାର ତଦନ୍ତ ଆରମ୍ଭ କରିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁର୍ଘଟଣାରେ ନିଜ ସମ୍ପର୍କୀୟଙ୍କୁ ହରାଇଥିବା ଲୋକଙ୍କ ପ୍ରତି ଦୁଃଖ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ଏହି ଘଟଣାକୁ ଅତ୍ୟନ୍ତ ଯନ୍ତ୍ରଣାଦାୟକ ବୋଲି କହିଛନ୍ତି। ସେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ଖବରରେ ସେ ଦୁଃଖିତ। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ପ୍ରତ୍ୟେକ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ। ଆହତଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ