କୋପ୍ରାର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି

ନୂଆଦିଲ୍ଲୀ: ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍ କମିଟି (ସିସିଇଏ) ୨୦୨୫ ଋତୁ ପାଇଁ କୋପ୍ରା(ଖୁରୁଡ଼ ନଡ଼ିଆ ଶସ)ର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧି କରିଛନ୍ତି। ତଦନୁଯାୟୀ ୨୦୨୫ ଋତୁ ପାଇଁ ଉପଯୁକ୍ତ ହାରାହାରି ମାନର ମିଲିଂ କୋପ୍ରାର ଏମଏସପି କ୍ୱିଣ୍ଟାଲ ପିଛା ମୂଲ୍ୟ ୧୧,୫୮୨/- ଟଙ୍କା ଏବଂ ବଲ୍ କୋପ୍ରା ପାଇଁ କ୍ୱିଣ୍ଟାଲ ପିଛା ମୂଲ୍ୟ ୧୨,୧୦୦ ଟଙ୍କା ଧାର୍ୟ୍ୟ କରାଯାଇଛି। ୨୦୧୪ ବିପଣନ ଋତୁରେ ମିଲିଂ କୋପ୍ରା ଓ ବଲ୍ କୋପ୍ରାର ଏମଏସପି ଯଥାକ୍ରମେ କୁିଣ୍ଟାଲ ପିଛା ଯଥାକ୍ରମେ ୫୨୫୦ ଟଙ୍କା ଓ ୫୫୦୦ ଟଙ୍କା ଥିଲା। ଏବେ ଏହାକୁ ବୃଦ୍ଧି କରି କ୍ୱିଣ୍ଟାଲ ପିଛା ୧୧,୫୮୨ ଟଙ୍କା ଓ ୧୨,୧୦୦ ଟଙ୍କା କରାଯାଇଛି। ଫଳରେ ଉଭୟ ମୂଲ୍ୟରେ ଯଥାକ୍ରମେ ୧୨୧ ପ୍ରତିଶତ ଏବଂ ୧୨୦ ପ୍ରତିଶତ ବୃଦ୍ଧି ହୋଇଛି। ବର୍ଦ୍ଧିତ ଏମଏସପି କେବଳ ନଡ଼ିଆ ଚାଷୀଙ୍କୁ ଉନ୍ନତ ପାରିଶ୍ରମିକ ସୁନିଶ୍ଚିତ କରିବ ନାହିଁଟ୍ଟ ବରଂ ଉଭୟ ଘରୋଇ ଏବଂ ଅନ୍ତର୍ଜାତୀୟ ସ୍ତରରେ ନଡ଼ିଆ ଉତ୍ପାଦର ବଢୁଥିବା ଚାହିଦାକୁ ପୂରଣ କରିବା ପାଇଁ କୃଷକମାନଙ୍କୁ କୋପ୍ରା ଉତ୍ପାଦନ ପାଇଁ ଉତ୍ସାହିତ କରିବ। ମୂଲ୍ୟ ସମର୍ଥନ ଯୋଜନା (ପିଏସ୍ଏସ୍) ଅଧୀନରେ କୋପ୍ରା ଏବଂ ଚୋପାମୁକ୍ତ ନଡ଼ିଆ କ୍ରୟ ପାଇଁ ଜାତୀୟ କୃଷି ସମବାୟ ବିପଣନ ମହାସଂଘ ଲିମିଟେଡ୍ (ନାଫେଡ୍) ଏବଂ ଜାତୀୟ ସମବାୟ ଉପଭୋକ୍ତା ମହାସଂଘ (ଏନସିସିଏଫ୍) କେନ୍ଦ୍ରୀୟ ନୋଡାଲ ଏଜେନ୍ସି (ସିଏନ୍ଏ) ଭାବରେ କାର‌୍ୟ୍ୟ ଜାରି ରଖିବ। କୃଷକମାନଙ୍କୁ ଲାଭଜନକ ମୂଲ୍ୟ ପ୍ରଦାନ କରିବା ପାଇଁ ସମସ୍ତ ବାଧ୍ୟତାମୂଳକ ଫସଲର ଏମଏସପିକୁ ସର୍ବଭାରତୀୟ ସ୍ତରରେ ଲାଗୁ ହାରାହାରି ଉତ୍ପାଦନ ମୂଲ୍ୟର ଅତି କମରେ ୧.୫ ଗୁଣ ସ୍ତରରେ ସ୍ଥିର କରାଯିବ ବୋଲି ସରକାର ୨୦୧୮-୧୯ କେନ୍ଦ୍ର ବଜେଟରେ ଘୋଷଣା କରିଥିଲେ।

  • Garvita Odia

    Related Posts

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ମଧ୍ୟପ୍ରଦେଶର ରାଜଧାନୀ ଇନ୍ଦୋର ପୁଣି ଥରେ ଦେଶର ସବୁଠାରୁ ସଫା ବା ପରିଷ୍କାର ସହରର ମାନ୍ୟତା ପାଇଛି। ଏହାକୁ ମିଶାଇ ଇନ୍ଦୋର କ୍ରମାଗତ ୮ମ ଥର ପାଇଁ କେନ୍ଦ୍ର ସରକାର ବାର୍ଷିକ ସ୍ୱଚ୍ଛ ସର୍ବେକ୍ଷଣ ପୁରସ୍କାର ଜିତି ପାରିଛି। ଇନ୍ଦୋର ପଛକୁ…

    ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ୨୧ରେ ସଂସଦ ଘେରାଉ କରିବ କଂଗ୍ରେସ

    ନୂଆଦିଲ୍ଲୀ: ବାଲେଶ୍ବର ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁରେ ସାରା ରାଜ୍ୟରେ ଆଲୋଚନା ଜୋର ଧରିଛି। ଏହି ଘଟଣାରେ ନ୍ୟାୟ ଦାବି କରି ଅଖିଳ ଭାରତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା ବଡ଼ ଘୋଷଣା କରିଛନ୍ତି। କଂଗ୍ରେସ ଆସନ୍ତକାଲି ଅର୍ଥାତ ଗୁରୁବାର…

    Leave a Reply

    Your email address will not be published. Required fields are marked *

    You Missed

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ଅଧ୍ୟାପକ ଗୋପୀକାନ୍ତ ସୁନା  ନିଲମ୍ବିତ

    ଆମକୁ ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ, ବିଜେପିକୁ ରଖନ୍ତୁ

    ଆମକୁ  ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ,  ବିଜେପିକୁ ରଖନ୍ତୁ

    ବିରୋଧୀଙ୍କ ଉପରେ ବର୍ଷିଲେ ଅପରାଜିତା

    ବିରୋଧୀଙ୍କ ଉପରେ ବର୍ଷିଲେ  ଅପରାଜିତା

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ମହିଳା ହେଲପଲାଇନ ନଂ-୧୮୧

    ମହିଳା ହେଲପଲାଇନ ନଂ-୧୮୧