ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ

ଖଲ୍ଲିକୋଟ: ସାରା ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ଲଗାଣ ବର୍ଷା । ଅଦିନିଆ ବର୍ଷା ଯୋଗୁଁ ଚିନ୍ତାରେ ପଡ଼ିଛନ୍ତି ଚାଷୀ । ଗତ ଦୁଇ ଦିନ ଧରି ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁଁ ବିଶେଷ କରି ପ୍ରଭାବିତ ହୋଇଛନ୍ତି ଚାଷୀ । ଏହି ଅଞ୍ଚଳର କେତେକ ସ୍ଥାନରେ ଧାନ କଟା ହୋଇ ଜମିରେ ଗଦା ମରା ହୋଇଛି ତ ଆଉ କେତେକ ଜମିରେ ଧାନ କଟା ସରିନି । ଏଭଳି ସ୍ଥିତିରେ ଚାଷୀଙ୍କ ଉପରେ ଦାଉ ସାଧୁଛି ଲଗାଣ ବର୍ଷା ।

ବର୍ଷା ଯୋଗୁଁ ଧାନ ଆଉ ଖଳାକୁ ନେବା ସମ୍ଭବ ହୋଇ ନଥିବା ବେଳେ ବିଲରେ ପାଣି ଲହଡାରେ ବୁଡି ରହିଛି ଧାନ । ବର୍ଷା ଛାଡିବା ପରେ ଏହା ଗଜା ହୋଇ ଯିବା ସହ କଳା ପଡିଯିବାର ମଧ୍ୟ ଆଶଙ୍କା ସୃଷ୍ଟି ହୋଇଛି । ଚଳିତ ବର୍ଷ ଭଲ ଧାନ ଫସଲ ହୋଇଥିବା ବେଳେ ଏହାକୁ ମଣ୍ଡିରେ ବିକ୍ରି କରି ଚାଷୀମାନେ ଦୁଇ ପଇସା ରୋଜଗାର କରିବେ ବୋଲି ଆଶା କରିଥିଲେ । ହେଲେ ଅଦିନିଆ ବର୍ଷା ଚାଷୀମାନଙ୍କର ସବୁ ଆଶାକୁ ମଉଳେଇ ଦେଇଛି । ସେହିପରି ପନିପରିବା ଚାଷ ମଧ୍ୟ ବ୍ୟାପକ କ୍ଷୟ କ୍ଷୟି ହୋଇଛି । ବିଶେଷ କରି କୋବି ଚାଷୀ ମାନେ ଅଧିକ କ୍ଷତିର ସମ୍ମୁଖିନ ହୋଇଛନ୍ତି ।

  • Related Posts

    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading
    ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ

    ଭୁବନେଶ୍ୱର:ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା ଉକ୍ତ ବୈଠକରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ