୫ରେ ଓଡ଼ିଶା ଗସ୍ତରେ ଆସିବେ ଅମିତ୍ ଶାହ

ଭୁବନେଶ୍ୱର:ଆସନ୍ତା ୫ ତାରିଖରେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଶ୍ରୀ ଅମିତ୍ ଶାହଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ସଂଧ୍ୟାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରୁ ପ୍ରାପ୍ତ ସୂଚନା ଅନୁସାରେ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଶାହ ମାର୍ଚ୍ଚ ୫ ତାରିଖ ସଂଧ୍ୟାରେ ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଁଚିବେ । ୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡୁଳିସ୍ଥିତ ସିଆଇଏସଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ । ଅପରାହ୍ଣରେ ଖୋର୍ଦ୍ଧା ଜିଲ୍ଲା ଜଟଣୀ ଠାରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ (ଏନଏଫଏସୟୁ) ଏବଂ କେନ୍ଦ୍ରୀୟ ଫୋରେନ୍ସିକ୍ ବିଜ୍ଞାନ ପରୀକ୍ଷାଗାର ( ସିଏଫଏସଏଲ), ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବା ସହ ଆଭାସୀ ମାଧ୍ୟମରେ ଏନଏଫଏସୟୁ ଟ୍ରାନଜିଟ୍ କ୍ୟାମ୍ପସ , ଭୁବନେଶ୍ୱରର ଶୁଭ ଉଦ୍ଘାଟନ କରିବେ । ସେଦିନ ଅପରାହ୍ଣରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ଭୁବନେଶ୍ୱରସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ ନବୀନ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦ୍ଘାଟନ କରିବା ସହ ସମବାୟ ଏବଂ ଅନ୍ୟ ବିଭିନ୍ନ ବିଭାଗ ପ୍ରକଳ୍ପଗୁଡିକର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ମାନ୍ୟବର କେଦ୍ରମନ୍ତ୍ରୀଙ୍କ ସିଆଇଏସଏଫର ପ୍ରତିଷ୍ଠା ଦିବସରେ ଯୋଗଦାନ ଗସ୍ତକୁ ଦୃଷ୍ଟିରେ ରଖି ଗୋଡ଼ିସାହିରୁ ମୁଣ୍ଡୁଳି ରାସ୍ତାର ବ୍ଲାକ୍ ଟପିଂ ସହିତ ଆଲୋକୀକରଣ, ପରିସ୍କାର ପରିଚ୍ଛନ୍ନତା ଓ ଆବଶ୍ୟକ ସୌନ୍ଦର୍ଯ୍ୟକରଣ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ବୈଠକରେ ଆଭାସୀ ମାଧ୍ୟମରେ କଟକ ଜିଲ୍ଲାପାଳ ଯୋଗଦେଇଥିଲେ । ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତ ସମୟର ବିଶଦ୍ କାର୍ଯ୍ୟସୂଚୀ, ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ୍ ଓ ରୁଟ୍ ପ୍ଲାନ, କାର୍ଯ୍ୟକ୍ରମ ସ୍ଥଳର ଆନୁଷଙ୍ଗିକ ପ୍ରସ୍ତୁତି ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା । କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତକୁ ସୁଚାରୁ ଓ ସଫଳ କରିବା ପାଇଁ ସମସ୍ତ ବିଭାଗମାନଙ୍କୁ ପାରସ୍ପରିକ ସମନ୍ୱୟ ରଖି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମସ୍ତ ପ୍ରସ୍ତୁତି ସମ୍ପନ୍ନ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାର ପକ୍ଷରୁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଓଡିଶା ଗସ୍ତ ପରିପ୍ରେକ୍ଷୀରେ ସମସ୍ତ ପ୍ରକାର ପ୍ରସ୍ତୁତି ନିଶ୍ଚିତ କରାଯିବାକୁ ଗୃହ, ଶିଳ୍ପ ଏବଂ ସୂଚନା ଓ ଲୋକ ସଂପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଏହି ପରିପ୍ରେକ୍ଷୀରେ ବିଭନ୍ନ ପ୍ରସ୍ତୁତି ନେଇ ସୂଚନା ଦେଇଥିଲେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ପୁଲିସ୍ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି. ଖୁରାନିଆ, ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ, ବିଏମସି କମିଶନର, ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସହିତ ସଂପୃକ୍ତ ବିଭିନ୍ନ ବିଭାଗର ସଚିବ, ବରିଷ୍ଠ ପଦାଧିକାରୀ ଓ ପୁଲିସ୍ ପ୍ରଶାସନର ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ । ଜିଲ୍ଲାପାଳ, କଟକ ଆଭାସୀ ମାଧ୍ୟମରେ ବୈଠକରେ ଯୋଗଦେଇଥିଲେ ।

  • Related Posts

    ବିଜେଡି ଭାଡ଼ି ଖାଲି ହେଉଛି :ଦେବାଶିଷ

    ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଭାବେ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଭରିଛନ୍ତି । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଶ୍ର୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି । ତେବେ ନାମାଙ୍କନ ଭରିବା ପରେ ଶ୍ରୀ ସାମନ୍ତରାୟ ପୁଣି ବିଜେଡି ଉପରେ…

    Continue reading
    ନାମାଙ୍କନ କଲେ ଦେବାଶିଷ

    ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଭାବେ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଭରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଶ୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଶ୍ର୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ