କେଜ୍‌ରିଓ୍ବାଲଙ୍କ ବିରୋଧରେ ଆଇନଗତ ମକଦ୍ଦମା

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌)ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଝଟକା ଲାଗିଛି। ତଥାକଥିତ ଅବକାରୀ ଦୁର୍ନୀତି ମାମଲାରେ କେଜ୍‌ରିଓ୍ବାଲଙ୍କ ବିରୋଧରେ ଆଇନଗତ ମକଦ୍ଦମା ଚଳାଇବାକୁ ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସକ୍ସେନା ଶନିବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କୁ ଅନୁମତି ପ୍ରଦାନ କରିଛନ୍ତି। ଏନେଇ ଗତ ୫ରେ ଇଡି ପକ୍ଷରୁ ଦିଲ୍ଲୀ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖାଯାଇଥିଲା। ତେବେ ଏହି ଘଟଣାକୁ ଆପ୍‌ ପକ୍ଷରୁ ଅସ୍ବୀକାର କରାଯାଇଛି। ଯଦି କେଜ୍‌ରିଓ୍ବାଲଙ୍କ ବିରୋଧରେ ଆଇନଗତ ମକଦ୍ଦମା ରୁଜୁ କରିବାକୁ ଉପରାଜ୍ୟପାଳ ଅନୁମୋଦନ ପ୍ରଦାନ କରିଛନ୍ତି, ତେବେ ଏହାର ନିର୍ଦ୍ଦେଶନାମାକୁ ସାର୍ବଜନୀନ କରାଯାଉ ବୋଲି ଆପ୍‌ ମୁଖପାତ୍ର ପ୍ରିୟଙ୍କା କକ୍କଡ଼ କହିଛନ୍ତି।

  • Related Posts

    ଅକ୍ଟୋବର ୧୨ ପଦଯାତ୍ରା ପ୍ରସଙ୍ଗରେ ରାହୁଲ, ଅଖିଳେଶଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍

    ନୂଆଦିଲ୍ଲୀ: ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (S.I.R.)ରେ କଥିତ ଅନିୟମିତତାକୁ ବିରୋଧ କରି ଗତ ଅକ୍ଟୋବର ୧୨ ତାରିଖରେ ସୁପ୍ରିମକୋର୍ଟ ଅଭିମୁଖେ ହୋଇଥିବା ପଦଯାତ୍ରା ପ୍ରସଙ୍ଗରେ ସର୍ବୋଚ୍ଚ ଅଦାଲତ ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ, ସମାଜବାଦୀ ପାର୍ଟି ଅଧ୍ୟକ୍ଷ…

    Continue reading
    ଧର୍ମ ପରିବର୍ତ୍ତନ କଲେ ମିଳିବନି ସଂରକ୍ଷଣ

    ନୂଆଦିଲ୍ଲୀ: ଧର୍ମ ପରିବର୍ତ୍ତନ କରିବା ପରେ ମଧ୍ୟ ସଂରକ୍ଷଣ ଦାବି କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଏକ ବଡ଼ ସୁ୍ପ୍ରିମ ଝଟ୍‌କା ଲାଗିଛି । ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇ ସ୍ପଷ୍ଟ କରିଛନ୍ତି ଯେ, ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି