ରାଜ୍ୟସଭା ପାଇଁ ୩ପ୍ରାର୍ଥୀ ଦେବ ବିଜେପି

ଭୁବନେଶ୍ୱର: ରାଜ୍ୟସଭାରେ ବିଜେପି ଦେବ ୩ ପ୍ରାର୍ଥୀ। ଏନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକରେ ନିଷ୍ପତ୍ତି ନିଆଯାଇଛି। ରାଜ୍ୟସଭା ନିର୍ବାଚନ ପାଇଁ ଶାସକ ଭାରତୀୟ ଜନତା ପାର୍ଟି ୩ଜଣଙ୍କୁ ପ୍ରାର୍ଥୀ କରିବ। ଆସନ୍ତା ୫ ତାରିଖରେ ଏହି ୩ଜଣ ପ୍ରାର୍ଥୀ ନାମାଙ୍କନ ଭରିବେ ବୋଲି ସୂଚନା ଦିଆଯାଇଛି। ରାଜ୍ୟସଭା ପାଇଁ ୪ଟି ଆସନ ଖାଲି ପଡୁଥିବା ବେଳେ ସଂଖ୍ୟା ଗରିଷ୍ଠତା ଦୃଷ୍ଟିରୁ ବିଜେପି ୨ଟି ଆସନ ଓ ବିଜେଡ଼ି ଗୋଟିଏ ଆସନ ଜିତିବା ସୁନିଶ୍ଚିତ। ୪ର୍ଥ ଆସନ ପାଇଁ ବିଜେଡି କଂଗ୍ରେସ କମନ ପ୍ରାର୍ଥୀଙ୍କୁ ସମର୍ଥନ ଘୋଷଣା କରି ସାରିଥିଲା ବେଳେ ବିଜେପି ଏହାକୁ କଡ଼ା ଟକ୍କର ଦେବା ଆରମ୍ଭ କରି ଦେଇଛି। ୪ର୍ଥ ଆସନ ପାଇଁ ବିଜେପି ପ୍ରାର୍ଥୀ ଦେବା ବୋଲି ଆଜି ଘୋଷଣା କରିଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏ ସଂପର୍କରେ ଆଲୋଚନା ହୋଇଛି। ଏନେଇ ୩ପ୍ରାର୍ଥୀଙ୍କ ପାଇଁ ନାମାଙ୍କନ ପତ୍ରରେ ବିଧାୟକଙ୍କ ଦସ୍ତଖତ ନିଆଯାଇଛି। ଏଥିସହ ନାମାଙ୍କନ ସମୟରେ ବିଧାୟକଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କେନ୍ଦ୍ର ବିରୋଧରେ ବର୍ଷିଲେ ରାଜା ସ୍ୱାଇଁ, କାହିଁକି ଜାଣନ୍ତୁ

    ଖଣିଜ ସମ୍ପଦ ଉପରେ ଓଡ଼ିଶାର ଅଧିକାର କ୍ଷୁର୍ଣ୍ଣ କରିବାକୁ କେନ୍ଦ୍ରର ଷଡ଼ଯନ୍ତ୍ର ବୋଲି କହି ବର୍ଷିଲେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜ୍ୟର ରାଜସ୍ୱ ଆଦାୟ କ୍ଷମତା ଉପରେ କଟକଣା ଲଗାଇବାକୁ କେନ୍ଦ୍ର ସରକାର ଉଦ୍ୟମ କରୁଥିବା ଅଭିଯୋଗ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ