ଆଜି ଓଡ଼ିଶା ଆସିବେ ଅମିତ ଶାହା

ଭୁବନେଶ୍ୱର:କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଆଜି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଶାହା ଆଜି ସନ୍ଧ୍ୟାରେ ସ୍ବତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚତ୍ବେ। ୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡୁଳିସ୍ଥିତ ସିଆଇଏସଏଫ୍‌ର ପ୍ରତିଷ୍ଠା ଦିବସ କାର୍ୟ୍ୟକ୍ରମରେ ଯୋଗଦେବେ। ଅପରାହ୍ନରେ ଜଟଣୀଠାରେ ଜାତୀୟ ଫୋରେନ୍ସିକ ବିଜ୍ଞାନ ବିଶ୍ୱବିଦ୍ୟାଳୟ (ଏନଏଫଏସ୍ୟୁ) ଏବଂ କେନ୍ଦ୍ରୀୟ ଫୋରେନ୍ସିକ ବିଜ୍ଞାନ ପରୀକ୍ଷାଗାର (ଏନଏଫଏସ୍ୟୁ) ଏବଂ କେନ୍ଦ୍ରୀୟ ଫୋରେନ୍ସିକ ବିଜ୍ଞାନ ପରୀକ୍ଷାଗାର (ସିଏଫଏସଏଲ)ର ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବା ସହ ଆଭାସି ମାଧ୍ୟମରେ ଏନଏଫଏସ୍ୟୁ ଟ୍ରାନ୍ଜିଟ କ୍ୟାମ୍ପସ, ଭୁବନେଶ୍ୱରର ଉଦ୍ଘାଟନ କରିବେ। ଏହାପରେ ଶାହା ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆଠାରେ ନବୀନ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବା ସହ ସମବାୟ ଏବଂ ଅନ୍ୟ ବିଭାଗର ପ୍ରକଳ୍ପଗୁଡିକର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବା କାର୍ୟ୍ୟକ୍ରମ ରହିଛି। କେନ୍ଦ୍ରମନ୍ତ୍ରୀଙ୍କ ସିଆଇଏସଏଫ୍ର ପ୍ରତିଷ୍ଠା ଦିବସରେ ଯୋଗଦାନକୁ ଦୃଷ୍ଟିରେ ରଖି ଗୋଡ଼ିସାହିରୁ ମୁଣ୍ଡୁଳି ରାସ୍ତାର ବ୍ଲାକ ଟପିଂ ସହିତ ଆଲୋକୀକରଣ, ପରିଷ୍କାର ପରିଚ୍ଛନ୍ନତା ଓ ଆବଶ୍ୟକ ସୌନ୍ଦର୍ୟ୍ୟକରଣ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ଆଭାସି ମାଧ୍ୟମରେ କଟକ ଜିଲାପାଳ ଯୋଗଦେଇଥିଲେ।

  • Related Posts

    ଭୁବନେଶ୍ୱରରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖୁସି ଖବର। ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ଦେବା ପାଇଁ ରହିଥିବା ସର୍ବାଧିକ ୬ଟି ସୁଯୋଗକୁ ଉଠାଇ ଦିଆଯିବ। ଏହି ପରୀକ୍ଷା ଦେବା ପାଇଁ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ସୁଯୋଗ ମିଳିବ। ୮୦ତମ ସ୍ୱାଧୀନତା…

    Continue reading
    ଗଡମାଣତୀର ପଞ୍ଚାୟତରେ ପତାକା ଉତ୍ତୋଳନ କଲେ ଜେନ-ଜୀ

    ବେଗୁନିଆ : ଗଡମାଣତୀର ପଞ୍ଚାୟତର ସରପଞ୍ଚ କରୁଣାକର ଦଳସିଂହରାୟ ସ୍ୱାଧୀନତା ଦିବସ ଅବସରରେ ଏକ ଅଭିନବ ପ୍ରୟାସ କରିଛନ୍ତି । ସମ୍ପ୍ରତି ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ଜେନ-ଜୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଯୁକ୍ତ ଦୁଇର ଛାତ୍ର ଶୁଭାଶିଷ ସାମନ୍ତରାୟଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ