ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର, ୦୫/୦୩/୨୦୨୬:ଆଧୁନିକ ଓଡ଼ିଶାର ଅନ୍ୟତମ ନିର୍ମାତା ତଥା ଓଡ଼ିଆ ସ୍ୱାଭିମାନର ପ୍ରତୀକ ବିଜୁବାବୁ ଜଣେ କିମ୍ବଦନ୍ତୀ ପୁରୁଷ । ସ୍ୱତନ୍ତ୍ରତା ଓ ସଫଳତାପୂର୍ଣ୍ଣ ବୈପ୍ଳବିକ ଜୀବନଶୈଳୀ ଦ୍ୱାରା ଉତ୍କଳ ଜନନୀର ‘ବୀରପ୍ରସବିନୀ’ ନାମକୁ ସେ ଯଥାର୍ଥରେ ପ୍ରତିପାଦିତ କରିପାରିଛନ୍ତି । ଜାତିର ମୁକ୍ତିଦାତା ସାଜି ଧରାପୃଷ୍ଠରେ ଅବତରଣ କରିଥିବା ଏହି ଯଶସ୍ୱୀ ଯୋଗଜନ୍ମା । ତାଙ୍କ ଜୀବଦ୍ଦଶାରେ ସେବା, ତ୍ୟାଗ, ପରୋପକାର ଓ ନିଷ୍ଠା ପରି ମାନବୀୟ ଗୁଣଗୁଡ଼ିକ ସେ ଆପଣାର କରିପାରିଥିଲେ । ଅପର ପକ୍ଷରେ ତାଙ୍କ ଭିତରେ ଦୁଃସାହସିକତା ତଥା ନିର୍ଭୀକତା ପରି ତେଜୋଦୀପ୍ତ ଗୁଣାବଳୀର ସମାହାର ସହଜାତ ଥିଲା । ଏହି ସ୍ୱାଧୀନତା ସଂଗ୍ରାମୀ, ଦୁଃସାହସିକ ବୈମାନିକ, ଲୋକପି୍ରୟ ରାଜନୀତିଜ୍ଞ ଓ ସମାଜସେବକ ଭାବରେ ନିଜ ଭୂମିକାର ସଫଳ ସଂପାଦନ କରିବା ସହିତ ସୁପ୍ତ ଓଡ଼ିଆ ମନରେ ଜାତିପ୍ରେମର ବହ୍ନି ପ୍ରଜ୍ୱଳନ କରିବାରେ ସକ୍ଷମ ହୋଇପାରିଥିଲେ । ନିଜ ସମୟର ଓଡ଼ିଶାକୁ ଅତୀତର କଳିଙ୍ଗ ଓ ନିଜକୁ ଖାରବେଳଙ୍କ ଦାୟାଦ ରୂପେ ପରିଚୟ ପ୍ରଦାନ କରି ଏକ ସମୃଦ୍ଧ ଓଡ଼ିଶା ଗଠନ ନିମନ୍ତେ ସେ ସର୍ବଦା ଚେଷ୍ଟାରତ ଥିଲେ । ବାସ୍ତବରେ ଓଡ଼ିଆ ଜାତିର ଦୁଃଖଦୁର୍ଦ୍ଦଶା ସେ ସହ୍ୟ କରିପାରୁ ନଥିଲେ । ମାଟିର ମୂର୍ତ୍ତିକାର ଓ ଝଡ଼ର ଇଗଲ ଏହି ଉତ୍ତୁଙ୍ଗ ବ୍ୟକ୍ତିତ୍ୱ ତଥା ଆଦର୍ଶ ପୁରୁଷଙ୍କ ଜୀବନୀ ଏକ ଇତିହାସ ସଦୃଶ ।
ଆଜି ବିଧାନସଭା ପରିସରରେ ପ୍ରବାଦପୁରୁଷ ମହାନ ଜନନାୟକ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ଉତ୍ସବ ବିଧାନସଭା ପରିସରରେ ପାଳିତ ହୋଇଯାଇଛି । ଏହି ଅବସରରେ ଯୋଗଦେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣ ଚନ୍ଦ୍ର ମହାପାତ୍ର, ମୁଖ୍ୟ ସଚେତକ ଶ୍ରୀ ସରୋଜ ପ୍ରଧାନ, ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଶ୍ରୀ ବାବୁ ସିଂ, ଶ୍ରୀମତୀ ପ୍ରମିଳା ମଲ୍ଲିକ, ଶ୍ରୀ ଭାସ୍କର ଚନ୍ଦ୍ର ମଢ଼େଇ, ଶ୍ରୀ ସରୋଜ ପାଢ଼ୀ, ଶ୍ରୀ ପ୍ରତାପ ଚନ୍ଦ୍ର ନାୟକ, ପୂର୍ବତନ ବିଧାୟକ ଶ୍ରୀ ଅରବିନ୍ଦ ଢାଲି, ଶ୍ରୀ ପ୍ରିୟଦର୍ଶୀ ମିଶ୍ର, ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସପଟ୍ଟନାୟକ, ଉତ୍କଳ ସମ୍ମିଳନୀର ବରିଷ୍ଠ କର୍ମକର୍ତ୍ତାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପ୍ରମୁଖ ଉପସ୍ଥିତ ରହି ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା । ସୁଶ୍ରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

  • Related Posts

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରେମ କରୁଛନ୍ତି କି ? ଜାଣିରଖନ୍ତୁ ଏସବୁ କଥା । ଯଦି ମନେରଖିବେ କେବେ ଆପଣଙ୍କର ଗାର୍ଲଫ୍ରେଣ୍ଡ ସହ ହେବନି ଝଗଡ଼ା । ତା ହେଲେ ପଢ଼ିନିଅନ୍ତୁ ଟ୍ଟକଣ କଣ ଇଚ୍ଛାଥାଏ ଗାର୍ଲଫ୍ରେଣ୍ଡଙ୍କର । ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ଇଚ୍ଛାଥାଏ, ଦିନର ପ୍ରଥମ…

    Continue reading
    ବାହାଘର ପରେ କାହିଁକି ମୋଟା ହୋଇଯାଆନ୍ତି ଝିଅମାନେ, କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ୟ୍ୟ

    ବାହାଘର ପରେ ଝିଅଙ୍କ ଜୀବନରେ ବହୁ ପରିବର୍ତ୍ତନ ଆସିଥାଏ। ନିଜ ଘରେ ଆରାମ ଓ ବିନା ଚିନ୍ତା ରହୁଥିବା ଝିଅ ଯେତେବେଳେ ଶାଶୁ ଘରେ ପାଦ ରଖେ ସେସମୟରୁ ହିଁ ଏକ ନୂଆ ଜୀବନ ଆରମ୍ଭ ହୋଇଯାଇଥାଏ। ପରିବାରର ସଦସ୍ୟଙ୍କ ଖାଇବାଠୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ