ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ସମୀକ୍ଷା ବୈଠକ

୦୫/୦୩/୨୦୨୬,ଭୁବନେଶ୍ଵର:ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଆଜି ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟର ଆର୍ଥିକ ସ୍ଥିତି ଏବଂ ୨୦୨୬ ଫେବୃଆରୀ ମାସ ଶେଷ ସୁଦ୍ଧା ହୋଇଥିବା ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଅନୁମୋଦିତ ଖର୍ଚ୍ଚ ଅଗ୍ରଗତି ସଂପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା । ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗକୁ ଧାର୍ଯ୍ୟ ସମୟ ଚଳିତ ମାସ ଶେଷ ସୁଦ୍ଧା ବଜେଟ୍ ଅନୁମୋଦନ ହିସାବରେ ଖର୍ଚ୍ଚ ଉପଯୋଗ କରିବା ଏବଂ ଆଗାମୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ରେ ପ୍ରସ୍ତାବିତ ନୂତନ ଯୋଜନା ଓ କାର୍ଯ୍ୟକ୍ରମଗୁଡ଼ିକର ସଫଳ ରୂପାୟନ ପାଇଁ ପ୍ରସ୍ତତି କରିବାକୁ ବିଶେଷ ଦୃଷ୍ଟି ଦେବାକୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂ, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଏବଂ କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ଥିଲେ ।

  • Related Posts

    ‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…

    Continue reading
    ସଚିବାଳୟର ଅଧିକାରୀମାନଙ୍କ ପାଇଁ ‘ପୋଶ୍’ ସଚେତନତା କର୍ମଶାଳା

    ଭୁବନେଶ୍ୱର, ୨୪/୦୩/୨୦୨୬: କର୍ମକ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯାତନା (ପ୍ରତିରୋଧ, ନିଷେଧ ଏବଂ ନିରାକରଣ) ଅଧିନିୟମ, ୨୦୧୩ (POSH Act) ଉପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ କର୍ମଶାଳା ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟର ଅଧିକାରୀମାନଙ୍କ ପାଇଁ ଅନୁଷ୍ଠିତ ହୋଇଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ