ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

କେନ୍ଦ୍ରାପଡ଼ା: ଛତା ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ପୈତୃକ ଘର ଓ ଅଫିସ୍‌ରେ ଚଢ଼ାଉ ଜାରି ରହିଛି। ଦୁଇ ଜଣ ଅତିରିକ୍ତ ଏସ୍‌ପି, ୯ ଜଣ ଡିଏସ୍‌ପି, ୯ ଜଣ ଇନ୍ସପେକ୍ଟର, ୪ ଜଣ ଏଏସଆଇ ପ୍ରମୁଖ ଚଢାଉରେ ସାମିଲ ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱରର ବାଲିଅନ୍ତାର ଜୋହାଲାରେ ଅବସ୍ଥିତ ଶ୍ରୀ ରାୟଙ୍କ ଚାରି ମହଲା କୋଠା, କଟକର ଚୌଦ୍ୱାରର ଜାଜାଭୈରବରେ ଶ୍ରୀ ରାୟଙ୍କ ଦୁଇ ମହଲା କୋଠା, କଟକ ଜିଲ୍ଲା ବାଙ୍କିର ରଗଡ଼ିରେ ଅବସ୍ଥିତ ତାଙ୍କ ପୈତୃକ ଘର, ଭଦ୍ରକର ବୁଡଙ୍ଗାରେ ତାଙ୍କ ସମ୍ପର୍କୀୟଙ୍କ ଘର, ଡେରାବିଶ ଜଳସେଚନ କାର୍ୟ୍ୟାଳୟ, କେନ୍ଦ୍ରାପଡାରେ ଅବସ୍ଥିତ ତାଙ୍କ କାର୍ୟ୍ୟାଳୟ ଚାମ୍ବର ଏବଂ ଅସ୍ଥାୟୀ ବାସସ୍ଥାନ , ଢେଙ୍କାନାଳ ଜିଲ୍ଲା, ସାନସାଥୀବାଟିଆରେ ତାଙ୍କ ସମ୍ପର୍କୀୟଙ୍କ ଘର ଏବଂ ଭୁବନେଶ୍ୱରର ପଟିଆରେ ତାଙ୍କ ସମ୍ପର୍କୀୟଙ୍କ ଘରେ ରେଡ୍ କରାଯାଉଛି।

  • Related Posts

    ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…

    Continue reading
    କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

    କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ