ଆଜି ୧.୨କୋଟି ମହିଳାଙ୍କୁ ସୁଭଦ୍ରା ରାଶି

ଭୁବନେଶ୍ୱର: ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ପ୍ରାୟ ୧ କୋଟି ୨ ଲକ୍ଷ ୧୨ ହଜାର ୧୬୫ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି ଟଙ୍କା। ରାଜ୍ୟ ସରକାର ୫ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ମହିଳା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ପଠାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ପୁରୁଣା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ସୁଭଦ୍ରାର ଚତୁର୍ଥ କିସ୍ତି ଟଙ୍କା ଦିଆଯିବ। ଜାନୁଆରୀରେ ପାଇଥିବା ୨ ଲକ୍ଷ ୧୩ହଜାର ୧୯୮ ନୂଆ ହିତାଧିକାରୀ ଏବଂ ଅଭିଯୋଗରୁ ଆସିଥିବା ୩୬,୩୮୫ ହିତାଧିକାରୀ ଦ୍ବିତୀୟ କିସ୍ତି ଟଙ୍କା ପାଇବେ। ଆଜି ପୁରୀ ଜିଲା ତାଳବଣିଆରେ ଆୟୋଜିତ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ାଙ୍କ ସହିତ ଅନ୍ୟାନ୍ୟ ଅତିଥିଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ବଟମ ଦବାଇ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ କିସ୍ତି ଟଙ୍କା ଛାଡ଼ିବେ।

ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ାଙ୍କ ସୂଚନା ମୁତାବକ, ଏପ୍ରିଲରେ ଯେଉଁ ମହିଳାଙ୍କୁ ୨୧ବର୍ଷ ହୋଇଥିବ ସେମାନେ ସୁଭଦ୍ରାରେ ସାମିଲ ହେବା ପାଇଁ ଆବେଦନ କରିବେ। ସୁଭଦ୍ରା ତାଲିକାରେ ଅନ୍ତର୍ଭୁକ୍ତ ହିତାଧିକାରୀଙ୍କ ମଧ୍ୟରୁ ଯେଉଁମାନଙ୍କ ବୟସ ୬୦ ବର୍ଷ ହୋଇଥିବ ସେମାନଙ୍କୁ ଯୋଜନାରୁ ବାଦ ଦେଇ ମଧୁବାବୁ ପେନସନ ଯୋଜନାରେ ସାମିଲ କରି ଭତ୍ତା ଦିଆଯିବ।

  • Related Posts

    ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ

    ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଯେଉଁ ଅଧିକାରୀ କିମ୍ବା କର୍ମଚାରୀ ସମ୍ପତ୍ତି ସଂକ୍ରାନ୍ତୀୟ ମିଥ୍ୟା ତଥ୍ୟ ଦେବେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ

    କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି ଶୁକ୍ରବାର ଇ-ମେଲ୍‌ ଯୋଗେ ପଠାଇଛନ୍ତି। ଏଥିରେ ପଞ୍ଚାୟତର ଉନ୍ନୟନ କାର୍ଯ୍ୟ ପାଇଁ ବ୍ଲକ ଅଫିସ୍‌ ଯାଇଥିବା ସମୟରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ