ଭାରତ ଟି-୨୦ ବିଶ୍ୱ ଚାମ୍ପିଅନ୍‌: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଅହମ୍ମଦାବାଦ: ଇତିହାସ ରଚିଛି ଟିମ୍ ଇଣ୍ଡିଆ । ପ୍ରଥମ ଦଳ ଭାବେ ସର୍ବାଧିକ ତୃତୀୟ ଥର ପାଇଁ ଟି-ଟ୍ୱେଣ୍ଟି ବିଶ୍ୱକପ୍ ଚାମ୍ପିଅନ ଆଖ୍ୟା ଅର୍ଜନ କରିଛି । ପ୍ରଥମ ଡିଫେଣ୍ଡିଂ ଚାମ୍ପିଅନ ଦଳ ଭାବେ ମଧ୍ୟ ବିଶ୍ୱକପ୍ ଟାଇଟଲ ବଜାୟ ରଖିଛି । ନରେନ୍ଦ୍ର ମୋଦି ଷ୍ଟାଡ଼ିୟମ୍ରେ ଆଜି ଅନୁଷ୍ଠିତ ଫାଇନାଲ୍ ମୁକାବିଲାରେ ଭାରତ ୯୬ ରନ୍ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ବିଶ୍ୱ ଚାମ୍ପିଅନ୍ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଇସିସି ଟି-ଟ୍ୱେଣ୍ଟି ବିଶ୍ୱକପ୍ ଚାମ୍ପିଅନ୍ ହୋଇ ଇତିହାସର ଶିଖର ଛୁଇଁଥିବା ଟିମ୍ ଇଣ୍ଡିଆକୁ ବହୁତ ବହୁତ ଶୁଭେଚ୍ଛା । ଏକମାତ୍ର ଦେଶ ଭାବେ ଭାରତ ତୃତୀୟ ଥର ଏବଂ କ୍ରମାନ୍ୱୟରେ ଦ୍ୱିତୀୟ ଥର ବିଶ୍ୱକପ୍ ଟ୍ରଫି ଜିତିଛି । ଏହି ସଫଳତା ଆମ କ୍ରିକେଟପ୍ରେମୀଙ୍କ ପାଇଁ ବହୁତ ଖୁସି ଏବଂ ଗର୍ବ ଆଣି ଦେଇଛି । ଏହା ବିଭିନ୍ନ କ୍ଷେତ୍ରରେ ଆମର ଯୁବ ପିଢ଼ିଙ୍କ ନିକଟରେ ଥିବା ପ୍ରତିଭାକୁ ଦର୍ଶାଉଛି । ଏହି ବିଜୟ ପାଇଁ ସମସ୍ତ ଖେଳାଳି, ଟିମ୍ ମ୍ୟାନେଜମେଣ୍ଟ ଏବଂ ସପୋର୍ଟ ଷ୍ଟାଫ୍ ସବୁଠୁ ଅଧିକ ପ୍ରଶଂସା ପାଇବାର ହକ୍ଦାର । ଆମ ଦଳ ଭବିଷ୍ୟତରେ ବି ଏଭଳି ସଫଳତା ହାସଲ କରୁ ମୋର କାମନା ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଚାମ୍ପିଅନ୍ । ଆଇସିସି ଟି-ଟ୍ୱେଣ୍ଟି ବିଶ୍ୱକପ୍ ବିଜେତାଭାରତୀୟ ଦଳକୁ ବହୁତବହୁତ ଶୁଭେଚ୍ଛା । ଦଳରଏହି ଉଲ୍ଲେଖନୀୟ ବିଜୟଅସାଧାରଣ ଦକ୍ଷତା, ଦୃଢ଼ନିଷ୍ପତ୍ତି ଏବଂ ଦଳଗତକାର୍ୟ୍ୟକୁ ପ୍ରତିଫଳିତ କରୁଛି । ଆମ ଖେଳାଳିମାନେସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟରେ ଉତ୍କୃଷ୍ଟ ଦୃଢ଼ତା ଦେଖାଇଛନ୍ତି ।ଏହି ବିଜୟ ପ୍ରତ୍ୟେକ ଭାରତୀୟଙ୍କ ହୃଦୟକୁ ଗର୍ବଏବଂ ଖୁସିରେ ଭରି ଦେଇଛି । ବହୁତ ଭଲ ଖେଳିଲଟିମ୍ ଇଣ୍ଡିଆ ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ