ବ୍ରାଉନ ସୁଗାର ଜବତ କରିବାକୁ ଆସି ଅବକାରୀ ଟିମ୍ ହଟହଟା

ଭୋଗରାଇ: କମର୍ଦା ବଜାର ନିକଟରେ ବ୍ରାଉନ ସୁଗାର ଜବତ କରିବାକୁ ଆସି ଜଳେଶ୍ଵର ଅବକାରୀ ଟିମ୍ ହଟହଟା । ବ୍ରାଉନ ସୁଗାର ଜବତ କରି ଜଣେ ମହିଳାଙ୍କୁ ଗିରଫ କଲା ଅବକାରୀ ଟିମ୍ । ମହିଳାଙ୍କୁ ଗିରଫ କରି ନେଇ ଯାଉଥିବା ବେଳେ ଗାଡି ଅଟକାଇଲେ ପରିବାର ଲୋକେ । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ୍‌ରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, କମର୍ଦା ବଜାର ନିକଟରେ ବ୍ରାଉନ ସୁଗାର କାରବାର ହେଉଥିବା ନେଇ ଅଭିଯୋଗ ହୋଇଥିଲା । ଅଭିଯୋଗ ଆଧାରରେ ବ୍ରାଉନ ସୁଗାର କାରବାର ହେଉଥିବା ଅଞ୍ଚଳରେ ଚଢାଉ କରିଥିଲା ଜଳେଶ୍ଵର ଅବକାରୀ ଟିମ୍ । ଅବକାରୀ ଟିମ୍‌ ଉକ୍ତ ସ୍ଥାନରେ ଚଢାଉ କରି ବ୍ରାଉନ ସୁଗାର ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ଥିବା ଜଣେ ମହିଳାଙ୍କୁ ମଧ୍ୟ ଗିରଫ କରିଥିଲା । ଗିରଫ କରିବା ପରେ ମହିଳାଙ୍କୁ ନେଇ ଯାଉଥିବା ବେଳେ ତାଙ୍କ ପରିବାର ଲୋକେ ଗାଡ଼ି ଅଟକାଇଥିଲେ । ଅବକାରୀ ଟିମ୍‌ ଉକ୍ତ ସ୍ଥାନରେ ହଟହଟା ହୋଇଛି ।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ