ବିମାନ ଦୁର୍ଘଟଣା: ୧୦ ମୃତ

ବ୍ରାସିଲିଆ: ବ୍ରାଜିଲର ଦକ୍ଷିଣାଞ୍ଚଳ ଗ୍ରାମାଡୋ ସହରରେ ଏକ ଛୋଟ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ଅନ୍ୟ ୧୫ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ସ୍ଥାନୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ଏହି ବିମାନଟି ହେଉଛି ପାଇପର ଚେୟେନ ୪୦୦ ଟର୍ବୋପ୍ରପ କମ୍ପାନିର । ବିମାନରେ ମୋଟ ୧୦ ଜଣ ଯାତ୍ରୀ ଓ କ୍ରୁ ଥିଲେ । ବିମାନଟି ଗ୍ରାମାଡୋର କେନେଲା ସହରରୁ ପ୍ରସିଦ୍ଧ ପର୍ୟ୍ୟଟନସ୍ଥଳୀ ଫ୍ଲୋରିଅନପୋଲିସକୁ ଯାଉଥିଲା। ତେବେ ବିମାଟି ଉଡାଣ କରିବାର କିଛି ସମୟ ଭିତରେ ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରଥମେ ଏକ ଅଟ୍ଟାଳିକାର ଚିମିନକୁ ଧକ୍କା ଦେଇଥିଲା । ପରେ ସେହି ଅଟ୍ଟାଳିକାରେ ଧକ୍କା ଲାଗି ନିକଟସ୍ଥ ଏକ ଫର୍ଣ୍ଣିଚର ଦୋକାନ ଉପରେ ଖସିପଡିଥିଲା । ବିମାନରେ ଥିବା ସମସ୍ତ ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା ବେଳେ ଉକ୍ତ ଅଟ୍ଟାଳିକା ଓ ଫର୍ଣ୍ଣିଚର ଦୋକାନର ୧୫ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

  • Related Posts

    ସାମ୍ବାଦିକଙ୍କ ପାଇଁ ଗାଇଡଲାଇନ ଜାରି

    ଆନ୍ଦୋଳନ ସମୟରେ ସାମ୍ବାଦିକଙ୍କ ସୁରକ୍ଷାକୁ ନେଇ ଚିନ୍ତା ପ୍ରକାଶ କରିଛି ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆ (ପିସିଆଇ)। ଏଭଳି ସମ୍ବେଦନଶୀଳ ପରିସ୍ଥିତିରେ ଖବର ସଂଗ୍ରହ କରୁଥିବା ସାମ୍ବାଦିକମାନେ କିପରି ନିଜର ସୁରକ୍ଷା ବଜାୟ ରଖିବେ, ବୃତ୍ତିଗତ ନିରପେକ୍ଷତା ଅବଲମ୍ବନ କରିବେ ଏବଂ…

    Continue reading
    ବୋନସ ଘୋଷଣା କଲେ କେନ୍ଦ୍ର ସରକାର

    ନୂଆଦିଲ୍ଲୀ: କେନ୍ଦ୍ର ସରକାର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ କର୍ମଚାରୀଙ୍କୁ ୩୦ ଦିନର ‘ନନ-ପ୍ରଡକ୍ଟିଭିଟି ଲିଙ୍କଡ’ (ଆଡ-ହକ) ବୋନସ ପ୍ରଦାନ ପାଇଁ ଅନୁମୋଦନ ଦେଇଛନ୍ତି। ଏହି ବୋନସର ହିସାବ ମାସିକ ୭,୦୦୦ ଟଙ୍କାର ଦରମା ସୀମା ଆଧାରରେ କରାଯାଏ। ଅର୍ଥାତ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି