ରାଜଧାନୀରେ ଯୁବତୀଙ୍କୁ କାରରେ ଟେକି ନେଲେ ୪ ଯୁବକ

ଭୁବନେଶ୍ବର : ରାଜଧାନୀରେ ପ୍ରେମ ପାଇଁ ଫିଲ୍ମ ଷ୍ଟାଇଲରେ ଅପହରଣ । ଯୁବତୀଙ୍କୁ କାରରେ ଟେକି ନେଲେ ୪ ଜଣ ଯୁବକ । ଗତକାଲି ବିଳମ୍ବିତ ରାତିରେ ମୈତ୍ରୀ ବିହାର ଥାନା ଅଞ୍ଚଳରେ ଘଟିଛି ଏଭଳି ଅଘଟଣ । ଜଣେ ଯୁବତୀ ନିଜ ପୁରୁଷ ବନ୍ଧୁଙ୍କ ସହ ରାତି ପ୍ରାୟ ୧ ଟା ୩୦ ବେଳେ ରୁମକୁ ଫେରିବା ବେଳେ ଲୁମ୍ବିନୀ ବିହାର ଅଞ୍ଚଳରେ ହଠାତ ତାଙ୍କ ନିକଟରେ ପହଞ୍ଚିଥିଲା ଏକ କାର ।

କାରରୁ ୪ ଯୁବକ ମାରଣାସ୍ତ୍ର ଧରି ଓହ୍ଲାଇବା ସହ ବାଇକରେ ଥିବା ଯୁବକଙ୍କୁ ଅତର୍କିତ ଆକ୍ରମଣ କରିଥିଲେ । ଯୁବକଙ୍କୁ ସେହିଠାରେ ମାଡ଼ ମାରି ଲହୁଲୁହାଣ କରିଦେଇଥିଲେ । ଯୁବତୀଙ୍କୁ ଘଟଣାସ୍ଥଳରୁ ନେଇ ଫେରାର ହୋଇଯାଇଥିଲେ ଦୁର୍ବୁର୍ତ୍ତ । ଖବର ପାଇ ମୈତ୍ରୀ ବିହାର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ଆହତ ଯୁବକଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛି । ସେପଟେ ଯୁବକଙ୍କ ଏତଲା ଆଧାରରେ ଏକ ଅପହରଣ ମାମଲା ରୁଜୁ କରିଛି ପୁଲିସ।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ