୧୮ପର୍ୟ୍ୟନ୍ତ କାଳବୈଶାଖୀ ସତର୍କତା

ଭୁବନେଶ୍ବର: ପଶ୍ଚିମ ଓଡ଼ିଶାର ଜିଲାଗୁଡିକରେ ସର୍ବୋଚ୍ଚ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଥିବାବେଳେ ଆସନ୍ତା ୨୪ ଘଣ୍ଟା ପରେ କିଛି ଅଞ୍ଚଳରେ ଦିନ ତାପମାତ୍ରା ୩ରୁ ୫ଡିଗ୍ରୀ ପର୍ୟ୍ୟନ୍ତ କମିପାରେ। କାରଣ ଉତ୍ତର-ପୂର୍ବ ଉତ୍ତର ପ୍ରଦେଶ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସହିତ ଛତିଶଗଡ ଉପରେ ନିମ୍ନ ଚାପରେଖା ସକ୍ରିୟ ରହିଛି। ଏହା ପ୍ରଭାବରେ ୧୮ ପର୍ୟ୍ୟନ୍ତ ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ତୋଫାନ ହୋଇପାରେ। ଝାରସୁଗୁଡାରେ ଆଜି ତାପମାତ୍ରା ୪୦.୨ ଡିଗ୍ରୀ ଥିବାବେଳେ ସମ୍ବଲପୁର ଏବଂ ଟିଟିଲାଗଡ଼ରେ ପାରଦ ୪୦ ଡିଗ୍ରୀ ଛୁଇଁଛି।

ରାଉରକେଲାରେ ୩୯.୧, ସୁବର୍ଣ୍ଣପୁର, ସୁନ୍ଦରଗଡ଼ରେ ୩୯,ହୀରାକୁଦରେ ୩୯.୨, ଭୁବନେଶ୍ବରରେ ୩୩.୨ ଏବଂ କଟକରେ ୩୨.୮ଡିଗ୍ରୀ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଢେଙ୍କାନାଳ, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି।

  • Related Posts

    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading
    ଗୁଳୁଗୁଳି; ୪୦ ଡିଗ୍ରୀ ଡେଇଁଲା ତାପମାତ୍ରା

    ଭୁବନେଶ୍ୱର: ଦିନରେ ଗରମ, ରାତିରେ ଝଡବର୍ଷା। ରାଜ୍ୟରେ ଜାରି ରହିଛି ଖରା ତାତି ସାଙ୍ଗକୁ ଝଡ଼ବର୍ଷା ପ୍ରଭାବ। ଅପରାହ୍ଣରେ ବଦଳି ଯାଉଛି ପାଗ। ଆସନ୍ତା ୮ ତାରିଖ ଯାଏଁ ରାଜ୍ୟରେ ଝଡ଼ବର୍ଷା ପ୍ରଭାବ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ